ଆଜିର ରାଶିଫଳ ଜାଣନ୍ତୁ...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣନ୍ତୁ।
ମେଷ-
ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ପ୍ରେମିକା,ପ୍ରେମିକ ମାନେ ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରୀ କରନ୍ତୁ । ଅଫିସ କାର୍ଯ୍ୟରେ ଆପଣ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଶରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀ ଙ୍କୁ ଶୁଭ ଖବର ମିଳିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । କର୍ମ କ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ବ୍ୟବସାୟରେ ଦୂରଯାତ୍ରା କରିବାର ସୁଯୋଗ ରହିଛି । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ରାଜନୀତିରେ ବିରୋଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ମହିଳା ମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ବିଦ୍ୟାର୍ଥୀ ମାନେ କିଛି ନୂତନ ଶିକ୍ଷା ପାଇଁ ଆଗ୍ରହ ପ୍ରକାଶ କରିବେ । ବ୍ୟବସାୟ , ପରିବହନ କ୍ଷେତ୍ରରେ ଥିବା ଦ୍ୱନ୍ଦ ଦୂର ହେବ । ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
କୁମ୍ଭ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ୟ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ଜୀବନ ସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଶରୀରିକ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: