Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: ଜାଣନ୍ତୁ ଆଜିର ରାଶିଫଳ। କେମିତି କଟିବ ଆଜି ଆପଣଙ୍କ ଦିନ। 
ମେଷ-
ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ପିଲାମାନଙ୍କ କଳହକୁ କେନ୍ଦ୍ରକରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
ବୃଷ-
ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କର୍ମ କ୍ଷେତ୍ରରେ ସାମାନ୍ୟ ବାଧା ଉପୁଜିଲେ ମଧ୍ୟ କାମ ଅଟକିବ ନାହିଁ। ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ । କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ୍ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ ସମ୍ବନ୍ଧିୟ ସମସ୍ୟା ଦୂର ହେବ ।  ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମ କ୍ଷେତ୍ରରେ ଆଗେଇବେ ।ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ ।  ଉଚ୍ଚଶିକ୍ଷା କରିବାକୁ  ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର‌୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ
ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର‌୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟ ଉପରେ ଆଧାର କରି  ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି । ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ବାଣିଜ୍ୟ ବ୍ୟବସାୟରେ ଲାଭ ହେବାର ଆଶା ଅଛି । ଜଣେ ବିଶିଷ୍ଟବ୍ୟକ୍ତିଙ୍କ ଛତ୍ରଛାୟାରେ ଅସମ୍ଭବ କାମକୁ ସମ୍ଭବ କରିପାରିବେ। ସରକାରୀ ସ୍ତରରୁ କୌଣସି ଖବର ପାଇ ଖୁସି ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ମନ୍ଥର ଗତିରେ ଆଜିର କାମଗୁଡ଼ିକ ସମାଧାନ ହୋଇପାରିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ  
ତୁଳା-
କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇ ପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ମାନସିକ ସ୍ଥିରତା ଅଭାବରୁ ବିନା କାରଣରେ ଝଗଡା ଲାଗିପାରେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଓକିଲଙ୍କ ପାଇ ଦିନଟି ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ 
ବିଛା-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ ।  ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 
ଧନୁ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ ।  ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସମ୍ପତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ସେବା ଓ ପରୋପକାରକରି ପ୍ରଶଂସିତ ହେବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କର୍ମ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।  ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।  ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ
ମୀନ-
ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Astrological prediction for December 26, 2023 | Argus News