Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଜାଣନ୍ତୁ ଆଜିର ରାଶିଫଳ...

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଜାଣନ୍ତୁ ଆଜିର ରାଶିଫଳ...

ଅର୍ଗସ ବ୍ୟୁରୋ: ଜାଣନ୍ତୁ କେମିତି କଟିବ ଆଜିର ଦିନ ଆପଣଙ୍କର। ନଜର ପକାନ୍ତୁ ...

ମେଷ-
ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ପରିବାରରେ ଥିବା ମତାନ୍ତର- ମନାନ୍ତରରେ ପରିଣତ ହୋଇପାରେ । ସମ୍ପତି ଲାଭ ହୋଇପାରେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ-ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର- ରୁଟି ଓ ଗୁଡ ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-
ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ଶୁଭ ରଙ୍ଗ-ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ତୁମ ଖାଦ୍ୟରୁ ଅଧେ ଗାଈ କୁ ଖାଇବାକୁ ଦିଅନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଚାକିରୀ କ୍ଷେତ୍ରରେ ଶ୍ରମ ବୃଦ୍ଧି ହେବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା-୫
ପ୍ରତିକାର- ତ୍ରିପୁରା ସୁନ୍ଦରିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ 
 । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା-୨
ପ୍ରତିକାର- ଶିବଙ୍କ ସହସ୍ରନାମ ପାଠ କରନ୍ତୁ
ସିଂହ-
ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଭୂ-ସମ୍ପତି କିଣିବା ର  ଯୋଗ ରହିଛି । କୈାଣସି ଅଜଣା ବ୍ୟକ୍ତି ସାହାର‌୍ୟ୍ୟର ହାତ ବଢାଇବେ । ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ଆସିବ 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ରାମଙ୍କ ଫଟୋକୁ ପୂଜା କରନ୍ତୁ ।
କନ୍ୟା-
ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ମହିଳାମାନେ ପରିବାର ସହିତ ହସ ଖୁସିରେ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ପୂଜା କରନ୍ତୁ
ତୁଳା-
ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ । ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି । ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା-୬
ପ୍ରତିକାର- ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର- ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ ଆର୍ଥୀକ ଲାଭ ମିଳିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା-୩
ପ୍ରତିକାର- ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ ।
ମକର-
ପାରିପାରିକ ଜୀବନ ସୁଖମୟ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ମାନସିକ ସୁସ୍ଥତା ରହି ନପାରେ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ଆଜି ବ୍ୟବସାୟରେ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡିବ । ଲେଖାପଢାରେ ସୁଫଳ ପାଇବେ । ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା-୮
ପ୍ରତିକାର- ହନୁମାନ ଚାଳିସା ପାଠ କରନ୍ତୁ
ମୀନ-
ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ  । କାରବାରରେ  ସଫଳତା ପାଇବେ । ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା-୩
ପ୍ରତିକାର- ବିଷ୍ଣୁଙ୍କ ପୂଜା , ପାଠ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Astrological prediction for December 31, 2023 | Argus News