Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ଦୁଇଟି ରାଶି...

Horoscope

ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ଦୁଇଟି ରାଶି...

Banajyotshna Ray
Browse all articles by Banajyotshna Ray
·2 years ago·3 min read
ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ଦୁଇଟି ରାଶି...

ଅର୍ଗସ ବ୍ୟୁରୋ: ଆଜିର ଦିନ ଆପଣଙ୍କର କେମିତି କଟିବ ଜାଣିବାକୁ ଚାହୁଁଛନ୍ତି କି। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁ ସାହାଯ୍ୟ କରିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ଅଚାନକ ଭାବରେ ବନ୍ଧୁଙ୍କ ଆମନ୍ତ୍ରଣ ପାଇ ଯାତ୍ରା କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ। ଅର୍ଥଲାଭ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 
ମିଥୁନ-
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କେତେକ କ୍ଷେତ୍ରରେ ପର ପାଇଁ ଖଟିବାକୁ ପଡ଼ିପାରେ। ବନ୍ଧୁଙ୍କ କାର‌୍ୟ୍ୟରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ରାଜନୀତି, ସଭାସମିତି କାର‌୍ୟ୍ୟ ସକାଶେ ଆଲୋଚନା ଫଳପ୍ରଦ ହୋଇପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିଯୋଗିତାରେ ସଫଳତା ପାଇପାରନ୍ତି। ବିଭିନ୍ନ ପ୍ରକାର ସମସ୍ୟା ଜାଲରେ ଛନ୍ଦିହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ  । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବ। ଯେକୌଣସି କାମ କଲେ ପ୍ରଥମେ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ପରେ ସଫଳତା ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍ ମଧ୍ୟ ହେବେ। ପରିବହନରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ପର କଥାରେ ମନଦେଇ ନିଜ ଘର କାମକୁ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମ ଅଟକି ରହିଯାଇପାରେ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାରେ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ନିକଟସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସମସ୍ୟା ସମାଧାନ କରିବାରେ ସହାୟତା କରିବ। କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ସଭାସମିତିରେ ତର୍କ ବୃଦ୍ଧି ପାଇବା କାରଣରୁ ସମସ୍ୟା ଦେଖାଦେବ ।  ଆଜିର କଳା, ସାହିତ୍ୟ, ସାଂସ୍କୃତିକ ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଶିକ୍ଷାକ୍ଷେତ୍ରରେ ଭଲ ଫଳାଫଳ ପାଇ ପାରିବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି ଘରକୁ ସଜାଇବାରେ ଧ୍ୟାନ ଦେବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ ।  ଆପଣ ଏକ ନୂତନ କାର‌୍ୟ୍ୟ ଆରମ୍ଭ କରିବେ ।  ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଦହି ଖାଇ ଘରୁ ବାହାରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Astrological prediction for February 06, 2024 | Argus News