|
logo
Live

Argus News - କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ...

Horoscope

କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ...

Banajyotshna Ray
Browse all articles by Banajyotshna Ray
·2 years ago·4 min read
କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ        
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର  ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନ ସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ    
ମିଥୁନ-
ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ    ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ  ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।    ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ 
ସିଂହ-
ପାରିବାରିକ ସହମତିରେ  କାର‌୍ୟ୍ୟ ସିଦ୍ଧି ଘଟିପାରୋ  ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ମହିଳା ମାନେ ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ପାରିବାରିକ ସ୍ଥିରତା  ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର‌୍ୟ୍ୟରୁ ପ୍ରଂଶସିତ ହୋଇ ପାରନ୍ତି    
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା-
ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ । ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି  ମହିଳା ମାନେ  ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଆପଣଙ୍କର ପ୍ରୟାସ ଯୋଗୁ ବଡ଼ ସଫଳତା ସହିତ ପୁରସ୍କୃତ ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ     
କୁମ୍ଭ-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ ।  ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ    
ମୀନ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପକେଟ ମାର ଜନିତ ଧନହାନି ଘଟିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ... | Argus News