Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି

Horoscope

ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜିର ଦିନ। କଣ କହୁଛି ଆପଣଙ୍କ ରାଶିଫଳ। ଜାଣନ୍ତୁ କେଉଁ ପାଇଁ କଣ ସତର୍କ ରହିବାକୁ ସୂଚନା।

ମେଷ-
ପାରିବାରିକ ଦୃଷ୍ଟିକୋଣରୁ ମନ ଖୁସି ରହିବ। ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ 
ବୃଷ-
ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ  ରଖନ୍ତୁ ଫାଇଦା ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ରାଜନୀତି କର୍ମୀ ମାନେ କୈାଣସି ସଭାରେ ଯୋଗ ଦେବେ । ଅବିବାହିତଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ । ବିଦ୍ୟାର୍ଥୀ ମାନେ ହତୋତ୍ସାହ ହେବେ । ଜମି-ବାଡି ଭାଗ-ଭାଗ କରି ପାରନ୍ତି । ମହିଳା ମାନେ ଚିନ୍ତାଗ୍ରସ୍ତ ଥିଲେ ମଧ୍ୟ ସହନଶୀଳତା ଭାବ ଜାଗ୍ରତ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାକୁ ନେଇ ମାନସିକ ଆଶ୍ୱସ୍ତି ଲାଭ କରିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ । ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା  କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। କୃଷିଜୀବି ମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖରେ ଦିନ ବିତାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି । ପୂର୍ବ ସମସ୍ୟାକୁ କେନ୍ଦ୍ରକରି ପ୍ରତ୍ୟେକ ପରିସ୍ଥିତିରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ 
କନ୍ୟା-
କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ଜମି କ୍ରୟ କରିବା ପାଇଁ ଯୋଗାଯୋଗ  କରିପାରନ୍ତି । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ 
ତୁଳା-
ପାରିବାରିକ ଜୀବନ ହସ ଖୁସିରେ ଅତିବାହିତ ହେବ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଖାଲରେ ପକାଇବା ଚେଷ୍ଟା ବିଫଳ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ବିଛା-
ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ। ସାମାଜିକ ସ୍ତରରେ ସାଧାରଣ ସ୍ବାର୍ଥକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଲେ ଉପକୃତ ହେବେ। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଚିନ୍ତିତ ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ରୋଗ, ଋଣରୁ ରକ୍ଷା ପାଇବାର ପରିକଳ୍ପନା କରିପାରନ୍ତି। ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରେ ନେତୃତ୍ୱ ଗ୍ରହଣକରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ 
ମକର-
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ଉଦାରତା ଓ ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
କୁମ୍ଭ-
କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢ଼ାଇ ଆଲୋଚନା ଦ୍ୱାରା ସମାଧାନ କରିବା ଭଲ । ସାମୟିକ ଅନିଦ୍ରା ଓ ଧନବ୍ୟୟ ହେତୁ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କୌଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍ସିପରେ ଉନ୍ନତି କରିବେ । ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Astrological prediction for January 14, 2024 | Argus News