Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ ଜାଣନ୍ତୁ...

Horoscope

ଆଜିର ରାଶିଫଳ ଜାଣନ୍ତୁ...

Banajyotshna Ray
Browse all articles by Banajyotshna Ray
·2 years ago·3 min read
ଆଜିର ରାଶିଫଳ ଜାଣନ୍ତୁ...

ଅର୍ଗସ ବ୍ୟୁରୋ: ଆଜିର ଦିନ ଆପଣଙ୍କର କିପରି କଟିବ ତାକୁ ନେଇ ଚିନ୍ତା ପ୍ରକଟ କରୁଛନ୍ତି କି। ତେବେ ଜାଣି ରଖନ୍ତୁ କଣ କହୁଛି ଆପଣଙ୍କର ରାଶିଫଳ।
ମେଷ-
ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ଉଧାର ଦେଇଥିବା ଟଙ୍କା ମିଳିବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଅଶ୍ୱସ୍ଥ ବୃକ୍ଷ ମୂଳେ ଗୁଡ ଥୋଇ ପ୍ରଣାମ କରନ୍ତୁ
ବୃଷ-
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ    
ମିଥୁନ-
କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ। ଦ୍ରବ୍ୟ ନଷ୍ଟ ହୋଇପାରେ। ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶ୍ରୀ ରାମଙ୍କର ରକ୍ଷା ସ୍ତୋତ୍ର ପାଠ କରନ୍ତୁ 
କର୍କଟ-
ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ।  ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପୁଅ ଝିଅଙ୍କ କର୍ମ ସ୍ଥିର ହେବା ଫଳରେ ଖୁସି ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ 
କନ୍ୟା-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ ଉଚ୍ଚପ୍ରଶଂସିତ ହେବେ। ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଏବଂ କୃତକାର‌୍ୟ୍ୟ ମଧ୍ୟ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନରେ ପାଇ ଖୁସି ହେବେ। ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରିୟବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟାର ସୂଚନା ରହିଛି। ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ 
ବିଛା-
ବିଭିନ୍ନ ପ୍ରକାର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁମାନଙ୍କୁ ମିଠା ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। କଥା ଦ୍ୱାରା କରି କାମ ହାସଲ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନ ଚଲିସା ପାଠ କରନ୍ତୁ
ଧନୁ-
ଦୁର୍ବଳତା ହେତୁ ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । 
ବଳହୀନତାରୁ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ ଟାଣିପାରନ୍ତି। 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ଜିବିକା ଅର୍ଜନରେ ସଫଳତା ଲାଭ  ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବେ। ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି । ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ।    
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ 
କୁମ୍ଭ-
ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱାଭାବ ଯୋଗୁ ବିଚଳିତ ହୋଇପାରନ୍ତି । ବାଣିଜ୍ୟ,ପରିବହନ,ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ । ବନ୍ଧୁଙ୍କ ସହ ଆଳାପରେ ଅଧିକାଂଶ ସମୟ କଟାଇବେ। ଛୋଟ ଛୋଟ କଥାକୁ ଚିନ୍ତାକରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛ ମୂଳେ ଜଳ ଢାଳନ୍ତୁ କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Astrological prediction for January 16, 2024 | Argus News