ଜାଣନ୍ତୁ ଆଜିର ରାଶିଫଳ...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜିର ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣନ୍ତୁ।
ମେଷ-
ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ବିଫଳ ହେବନାହିଁ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧା ଭୋଗିବେ। ଯେତେ ଚେଷ୍ଟାକଲେ ମଧ୍ୟ କାମ ବିଳମ୍ବିତ ହେବ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ
ବୃଷ-
ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ସଭାସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସରକାରୀ କାମରେ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ
କର୍କଟ-
ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ମାଙ୍ଗଳିକ କାର୍ୟ୍ୟ, କଚେରି ମାମଲାରେ, ଜମିଜମା ବିବାଦରେ, ଉପକୃତ ହେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ । ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍ ସମୟରେ ଆସିବେ ଓ ଆପଣଙ୍କୁ ସାହାଯ୍ୟ କରିବେ। କୌଣସି ନୂତନ କାର୍ୟ୍ୟରେ ହାତଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ
ସିଂହ-
କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ରାଜନେତାଙ୍କ ସାମାଜିକ ପ୍ରତିଷ୍ଠା ବଢିବ । ଏବେ କରଥିବା ପରିଶ୍ରମରୁ ଭବିଷ୍ୟତରେ ଲାଭ ପାଇବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ
ତୁଳା-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ । ଶତୃ ମାନେ ପରାଜିତ ହେବେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ
ବିଛା-
ଯେକୈାଣସି କାମରେ ଯଥେଷ୍ଟ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । ପୁରାତନ ରୋଗର ପୀଡ଼ା ଅନୁଭବ ହେବ । ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ମାନସିକ ଅଶାନ୍ତି ଦୂରେଇ ଯିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କର୍ମ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଆପଣ ବହୁତ୍ ଲାଭବାନ୍ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ବିଦ୍ୟାରେ ଉନ୍ନତି ହେବା ସହ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି । ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । ବହୁ ଦିନର ମନସ୍କାମନା ପୂରଣ ହୋଇପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ଉଧାର ଦେଇଥିବା ଟଙ୍କା ମିଳିବ । କୋର୍ଟ କଚେରୀ ମାମଲାରେ ଅଶୁଭ ଖବର ମିଳିପାରେ । ରାଜନିତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସଂମ୍ପର୍କ ବୃଦ୍ଧି ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମିଠା, ହଳଦିଆ ଚାଉଳ ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ଭଗବାନଙ୍କୁ ଅର୍ପଣ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: