କେମିତି କଟିବ ଆପଣଙ୍କର ଆଜିର ଦିନ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ: ଆଜି ଆପଣ ଦିନଟି କେମିତି କଟିବ ତାକୁ ନେଇ ଚିନ୍ତା କରୁଛନ୍ତି କି ? ଜାଣନ୍ତୁ କଣ କହୁଛି ଆପଣଙ୍କର ରାଶିଫଳ।
ମେଷ-
ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି ।ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।
ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମନୋରଞନ କାର୍ୟ୍ୟରେ ଅଶାନ୍ତି ଉପୁଜିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି । ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।
ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ନୂତନ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହି ହେବେ । ରାଜନୀତିରେ ପଦ ମର୍ଯ୍ୟାଦା ହରାଇପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ହୋଇପାରନ୍ତି । କଚେରି ମାମଲା ମନ୍ଥର ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ମାନସିକ ଚାପ ବଢିବ । ବୃଥା କାର୍ଯ୍ୟରେ ସମୟ କଟାଇବେ । ଧର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳ ହେବେ । ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର:
