Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜିର ରାଶିଫଳ: ସତର୍କ ରୁହ ଏହି ରାଶି...

Horoscope

ଆଜିର ରାଶିଫଳ: ସତର୍କ ରୁହ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଆଜିର ରାଶିଫଳ: ସତର୍କ ରୁହ ଏହି ରାଶି...

ଅର୍ଗସ ବ୍ୟୁରୋ: ଆଜିର ଦିନ ଆପଣଙ୍କର କେମିତି କଟିବ। ତାକୁ ନେଇ ଚିନ୍ତା ପ୍ରକଟ କରୁଛନ୍ତି କି। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁବବ କରିବେ । ରାଜନୀତିରେ ପଦ ମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ  ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି  ହେବେ । ଜମିବାଡି ବିବାଦ ଜଟିଳ ହୋଇପାରେ । 
ଶୁଭ ରଙ୍ଗ- - ଲାଲ୍ ଏବଂ ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ-
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ।   ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରନ୍ତୁ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ ।
ମିଥୁନ-
ସନ୍ତାନ ମଧ୍ୟରେ ବ୍ୟକ୍ତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ । ରାଜନୀତିରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । କ୍ୟାରିୟର ଓ ଶିକ୍ଷା କ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ  ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଅଫିସରେ ଅଧିକ କାମ କରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅଧିକ ଅତ୍ମବିଶ୍ୱାସ ହାନିକାରକ ହୋଇପାରରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।
ସିଂହ-
ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇପାରନ୍ତି । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଭୂ-ସମ୍ପତି ଭାଗ ହୋଇପାରେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ ।
କନ୍ୟା-
ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର କାରଣ ଅଛି ।  କାରବାରରେ ଆପଣଙ୍କର ବହୁତ ଲାଭ ହେବ। ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ ।  ଧାର୍ମୀକ କାର‌୍ୟ୍ୟକ୍ରମରେ ସାମିଲ ହେବାର ସୁଯୋଗ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ
ତୁଳା-
ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନ କଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ସାମୟିକ ଶାରିରୀକ ପିଡା  ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ ।  ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । କୋର୍ଟରେ ଅପବ୍ୟବହାର ଦେଖାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବ୍ୟବସାୟରେ ଭାଇଙ୍କ ଠାରୁ ସାହାଯ୍ୟ ସହେଯାଗ ପାଇ ଚିନ୍ତା ମୁକ୍ତ ରହିବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ
ମକର-
କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ଯ୍ୟ ପାଇବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି  ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ସବୁ ସମସ୍ୟାକୁ ଦୃଢ ଭାବରେ ମୁକାବିଲା କରିବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ  କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପହାର୍ଥରେ ସାମିଲ୍ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Astrological prediction for March 23, 2024 | Argus News