|
logo
Live

Argus News - ଆଜିର ରାଶିଫଳ: ସତର୍କ ରୁହ ଏହି ଦୁଇ ରାଶି

Horoscope

ଆଜିର ରାଶିଫଳ: ସତର୍କ ରୁହ ଏହି ଦୁଇ ରାଶି

Banajyotshna Ray
Browse all articles by Banajyotshna Ray
·1 year ago·4 min read
ଆଜିର ରାଶିଫଳ: ସତର୍କ ରୁହ ଏହି ଦୁଇ ରାଶି

ମେଷ-
ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ବୃଷ-
କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପରିବାରରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ ନଚେତ୍ ହଇରାଣ ହେବେ । ଶୁଣା କଥାକୁ ବିଶ୍ୱାସ କଲେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଅଟକି ଥିବା ସମସ୍ୟାର ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଶୁଭ ଫଳ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ନଗଦ କାରବାର ରେ ଅଧିକ ଲାଭପ୍ରଦ ହେବେ । ଧର୍ମ ର୍କାର‌୍ୟ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲାଭ କରିବେ । ପାରିବାରିକ ଜୀବନ ସୁଖ ମୟ ହେବ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ତୁଳା-
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବ । ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନ କରନ୍ତୁ

ଧନୁ-
ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବନ୍ଧୁଙ୍କ ସହଯାଗରେ କେତେକ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବହୁ ଲୋକଙ୍କ ର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଦୂର ଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜିର ରାଶିଫଳ: ସତର୍କ ରୁହ ଏହି ଦୁଇ ରାଶି | Argus News