ଜାଣନ୍ତୁ ଆଜିର ରାଶିଫଳ, ବଦଳିବ ଏହି ରାଶିର ଭାଗ୍ୟ

ମେଷ-
ପାରିବାରିକ ସମସ୍ୟାର ଅନ୍ତ ଘଟିବ । ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ନିସ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆଚାର ବ୍ୟବହାର କଥାବାର୍ତାରେ ନିୟନ୍ତ୍ରଣ ନ ରଖିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭୋକିଲା ଲୋକଙ୍କୁ ନିରାଶ କରନ୍ତୁ ନାହିଁ
ମିଥୁନ-
ବ୍ୟବସାୟରେ ଉନ୍ନତି କରିବେ । ପ୍ରେମ ଜୀବନ ଭଲ ରହିବ । କାର୍ଯ୍ୟ କ୍ଷେତ୍ର ବିଳମ୍ବରେ ସଫଳ ହେବ । ଶତୃ ମାନଙ୍କର ଷଡଯନ୍ତ୍ରର ଶିକାର ହୋଇ ବିଭିନ୍ନ ଅସୁବିଧାରେ ପଡି ପାରନ୍ତି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ । ନୂତନ କାର୍ଯ୍ୟ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ସମ୍ମୁଖକୁ ଆସୁଥିବା ସବୁ ଆହ୍ୱାନର ଦୃଢ ମୁକାବିଲା କରିବେ । ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖଲୋକଙ୍କ ଠାରୁ ଖୁସି ଖବର ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଶାରୀରିକ ପିଡା କମ ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଜୀବନ ସାଥୀଙ୍କ ସହ ଦିନ ଭଳରେ କାଟିବେ ।ନିଜର କ୍ରୋଧ ଉପରେ ନିୟତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀମାନେ ସୁନାମ ଅର୍ଜନ କରିବେ । ଭାଇ ଭାଇ ଭିତରେ ଛୋଟ କଥାକୁନେଇ କଳହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କ ର ସାହାର୍ଯ୍ୟ ସହଯୋଗ ମିଳିବ । ନୂଆ ବେପାରରେ ସାମିଲହେବାର ସ୍ୟୁୋଗ ପାଇପାରନ୍ତି । ରାଜନେତାଙ୍କ ଲାଗି ଭଲ ଦିନଟିଏ । ଛାତ୍ର ଛାତ୍ରୀମାନେ ପଢାରେ ମନ ଦେବେ ନାହିଁ । ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ବ୍ୟବସାୟରେ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଦୀର୍ଘ ଦୀନରୁ ଲାଗିରହିଥିବା ଚିନ୍ତା କମ୍ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବନ୍ଧୁ ଓ ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତିବ । ଗାୟକଙ୍କ ଲାଗି ଭଲ ଦିନଟିଏ । ରାଜନୀତିରେ ପଦୋନ୍ନତି ମିଳିବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ଗତକାଲିଠାରୁ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ ନାହିଁ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: