ଆଜିର ରାଶିଫଳ: ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କର କହୁଛି ଆପଣଙ୍କ ରାଶିଫଳ।
ମେଷ-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ପ୍ରସାଦ ସେବନ କରନ୍ତୁ
ବୃଷ-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମ ଗୁଡିକ ସମ୍ପୂର୍ଣ୍ଣ ହୋଇଯିବ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ।ପ୍ରେମୀ ଯୁଗଳ ଙ୍କ ସମ୍ପର୍କ ମଧୁର ରହିବ । ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଫଟୋ କୁ ପୂଜା କରନ୍ତୁ
କନ୍ୟା-
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଆଜି ଦିନଟି ବନ୍ଧୁମେଳରେ କଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିବେ। କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ରାଜନୀତିରେ ଲୋକ ସମର୍ଥନ ରହିବା ଯୋଗୁ ଆଗେଇ ଯାଇପାରନ୍ତି । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର-
ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ । ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ। ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: