Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Horoscope

ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·1 year ago·4 min read
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: କିପରି କଟିବ ଆଜି ଆପଣଙ୍କ ଦିନ । ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ । ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର- ଧାର୍ମିକ ସାନ ରେ କଳା ସୋରିଷ ତେଲ ଦାନ କରନ୍ତୁ
ବୃଷ-
ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବେ । ବନ୍ଧୁଙ୍କ ସହ ମତଭେଦ ସମାପ୍ତ ହେବ । ଦାନ  ଧର୍ମରେ ନିୟୋଜିତ ହେବେ । ଶତ୍ରୁ ପକ୍ଷଙ୍କୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଅନ୍ୟକୁ ଦେଇଥିବା ଧନ ପାଇ ପାରନ୍ତି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର‌୍ୟ୍ୟ କରି ଦେବେ ଜ୍ଝ କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ । ସମାଜ ସେବାରେ ନିୟୋଜିତ ହୋଇପାରନ୍ତି । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ । କର୍ମ କ୍ଷେତ୍ରେରେ ପ୍ରିୟ ଜନ ମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ ଓ ସୁଖ, ସମ୍ମାନ ଲାଭ କରିବେ ।  ବ୍ୟବସାୟରେ ରାତା ରାତି ଲାଭବାନ୍ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ସ୍ୱାସ୍ଥ୍ୟରେ ସାମାନ୍ୟ ପରିବର୍ତ୍ତନ ହେବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ର ଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ପାଇପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ 
କନ୍ୟା-
ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତାପାଇବେ । ଅଫିସ୍ରେ ସହକର୍ମୀ ଆପଣଙ୍କ ବିଚାର ଦ୍ୱାରା ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 
ତୁଳା-
ପାରିବାରିକ ସହମତିରେ  କାର‌୍ୟ୍ୟ ସିଦ୍ଧି ଘଟିପାରେ ।  ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ 
ପ୍ରତିକାର -ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । କର୍ମ କ୍ଷେତ୍ରରେ  ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ଛାତ୍ର ଛାତ୍ରୀ   ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର -ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
କାମ କାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେବ । ଆପଣଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜି ପାରେ । ମହିଳା ମାନଙ୍କୁ ସମ୍ମାନ ମିଳିବ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର -ହନୁମାନ ଚଲିସା  ପାଠ କରନ୍ତୁ
ମୀନ-
ବ୍ୟବସାୟରେ କମ୍ ପରିଶ୍ରମରେ ସଫଳତା ପାଇପାରନ୍ତି ।  ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇବେ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।   ଅନ୍ୟାୟ ବିରୋଧରେ ସ୍ୱର ଉଠାଇଲେ ମଧ୍ୟ ଅନ୍ୟମାନଙ୍କର ସହେଯାଗ ପାଇବେନି ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Astrological prediction for October 8, 2024 | Argus News