Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ମେଷ-
ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଅଫିସରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ଥ ହେବେ । କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – କୈାଣସି ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ

ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ଅବଲମ୍ବନ ପୂର୍ବକ କାମ କରିବା ଭଲ ହେବ । ଆଜିର ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ନୂତନ କାର‌୍ୟ୍ୟାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଥିବା ଆଶା ମନରେ ଦୁଃଖ ଦେଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-
ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଗୁରୁଜନ ମାନଙ୍କୁ ସମ୍ମାନ ଦେବା ଉଚିତ୍ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ। ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍ ରହିବ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ବ୍ୟସ୍ତତା ବଢ଼ିଯିବ। ଅବହେଳିତ କାମ କିମ୍ବା ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାବ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି । ଧନର ଠିକ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

କନ୍ୟା-
ଆଜି ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି। କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ।
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ତୁଳା-
ପତିପତ୍ନୀ ଙ୍କ ମଧ୍ୟରେ ପ୍ରେମ ବଢିବ ଓ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଏକ ନୂତନ ଜମି କିମ୍ବା ଘର କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ।
ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବ୍ୟବସାୟ ସମ୍ବନ୍ଧରେ ମହାଜନଙ୍କ ଠାରୁ ଭଲ ପରାମର୍ଶ ପାଇ ଲାଭବାନ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । କାର‌୍ୟ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅତ୍ୟନ୍ତ ପ୍ରିୟ ଲୋକ ମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି । ଛାତ୍ରଛାତ୍ରୀ ମାନେ କ୍ୟାରିୟରକୁ ନେଇ ଚିନ୍ତିତ ହୋଇପାରନ୍ତି । ରାଜନୀତିରେ ଲୋକ ସମର୍ଥନ ମିଳିବ । ଉଚ୍ଚଶିକ୍ଷା ପ୍ରତିଷ୍ଠାନର ଆଡମିଶନରେ ଆସୁଥିବା ବାଧା ଦୂର ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
astrological-prediction-march-9-2025-for-all-zodiac-signs | Argus News