Horoscope / ଏହି ବ୍ୟକ୍ତି ଆର୍ଥିକ ଲାଭ ସହ ସୁଖରେ କାଟିବେ ଦିନ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ସକାଳୁ ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ପୂର୍ଣ୍ଣାଙ୍ଗ ହୋଇପାରିବ। ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଅନ୍ୟମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଅନ୍ୟକୁ ନିଜ ସହ ତୁଳନାକରି କିମ୍ବା ନିଜର କେତେକ ସମସ୍ୟା ହେତୁ ମନଟା ଚହଲି ଯାଇପାରେ । ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବାରୁ ସାମୟିକ ଚିନ୍ତିତ ରହିପାରନ୍ତି । ଅପୂରଣୀୟ ଆଶା ଓ କାମନା ମନକୁ ବିଚଳିତ କରିପାରେ । ବାଣିଜ୍ୟ, ପ୍ରତିଯୋଗିତା, ମାଲିମକଦ୍ଦମା କ୍ଷେତ୍ରରେ ଶୁଭଫଳ ପାଇବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ପାରିବାରିକ ସହମତିରେ କାର୍ୟ୍ୟ ସିଦ୍ଧି ଘଟିପାରୋ ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ମହିଳା ମାନେ ମାଙ୍ଗଳିକ କାର୍ୟ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ସନ୍ତାନଙ୍କ କୃତିତ୍ୱ ସାଙ୍ଗକୁ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ ବନ୍ଧୁଙ୍କ ଅବଦାନ ହେତୁ ଦିନଟି ସ୍ମରଣୀୟ ରହିବ। କାମ ହାସଲ ସକାଶେ ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳ ହେବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ । ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ, ବନ୍ଧୁଙ୍କ ସହ ଆମତ୍ୀୟତା ଓ ଭ୍ରମଣ ସୁଖ ଲଭିବେ। ଦୀର୍ଘଦିନ ହେଲା ଯାହା ମନେ ମନେ ଭାବୁଛନ୍ତି, ତାହାହିଁ ପାଇବାରେ ଅସୁବିଧା ହେବ ନାହିଁ। କିନ୍ତୁ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କଲେ ଓଲଟା ଫଳ ପାଇବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କମିଯିବ । ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପିଲାଙ୍କ ଅସୌଜନ୍ୟ ଆଚରଣଜନିତ ବିଚଳିତ ବୋଧ କରିବେ । ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ଆଳସ୍ୟ ଓ ଅବହେଳାଜନିତ ନିର୍ଦ୍ଦିଷ୍ଟ ସମୟରେ କୌଣସି କାମ ସାରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ ଓ ପ୍ରକଳ୍ପାରମ୍ଭ କ୍ଷେତ୍ରରେ ମନ ଖୁସି ରହିବ। ଭାବପ୍ରବଣବଶତଃ ଏଣୁତେଣୁ କହିବା ସମସ୍ୟାର କାରଣ ହୋଇପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
📱 Get Argus News App
✨Related Topics
Explore more stories