Horoscope / ଏହି ରାଶିର ଫିଟିବ ଭାଗ୍ୟ..ସବୁ କ୍ଷେତ୍ରରେ ଲାଭବାନ ହେବେ

Key Points
ପଢନ୍ତୁ ଆଜିର ଭାଗ୍ୟଫଳ
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ମେଷ-
ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନପତନରେ ଗତି କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ଭୁଲ୍ ବୁଝାମଣା କାରଣରୁ ପରିବାରରେ ସାଧାରଣ କଥାକୁ କେନ୍ଦ୍ର କରି ଝଡ଼ ଉଠିପାରେ । କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସଭାସମିତି, ରାଜନୈତିକ ସ୍ଥିତି ତଥା ପ୍ରଶାସନିକ ସ୍ତରରେ ସଫଳତା ଅବଶ୍ୟ ମିଳିବ । ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମା' ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ଉତ୍ତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ-
ଯାହା ଚାହୁଁଛନ୍ତି ତାହା ହାସଲ କରିବା କଷ୍ଟକର ହେବ ନାହିଁ । ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀଗଣେଶଙ୍କର ପୂଜା କରନ୍ତୁ
ସିଂହ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହେବେ। ପରିବାରରେ ମଧ୍ୟ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ବନ୍ଧୁଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଚୁକ୍ତିଭିତ୍ତିକ କାମ, ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧି ଅପଦସ୍ଥ ହେବେ । ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ବୁଦ୍ଧିଜୀବିଙ୍କ ନିକଟରୁ ସମ୍ମାନ ଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ । ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିନେଇପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି । କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶ ଗ୍ରହଣ କଲେ ମନ୍ଦ ହେବନି । ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାରମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ମା' ଶାରଳାଙ୍କ ଆରଧନା କରନ୍ତୁ
ମୀନ-
ବ୍ୟବସାୟରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ଯେତେ ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନେ ନିନ୍ଦାଗାନ କରିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାରୁ ଆଶ୍ୱସ୍ତି ଲାଭ କରିବେ। ଦୂରଭ୍ରମଣର ଯୋଜନାକରି ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
📱 Get Argus News App
✨Related Topics
Explore more stories