Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବୃଷ ରାଶି ବ୍ୟକ୍ତିଙ୍କ ବ୍ୟବସାୟରେ ଲାଭ ହେବ, ନୂତନ ଅବସର ମିଳିପାରେ

Horoscope

Horoscope / ବୃଷ ରାଶି ବ୍ୟକ୍ତିଙ୍କ ବ୍ୟବସାୟରେ ଲାଭ ହେବ, ନୂତନ ଅବସର ମିଳିପାରେ

Rashmita Mishra
Browse all articles by Rashmita Mishra
·1 hour ago·3 min read
ବୃଷ ରାଶି ବ୍ୟକ୍ତିଙ୍କ ବ୍ୟବସାୟରେ ଲାଭ ହେବ, ନୂତନ ଅବସର ମିଳିପାରେ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ 

ମେଷ-
ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ୱାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଦୀର୍ଘଦିନରୁ ଋଣ ପରିଶୋଧ ନ କରିପାରିବା କାରଣରୁ କରଜଦାତାଙ୍କ ଚାପ ବୃଦ୍ଧି ପାଇବ । ଆଇନ ଅଦାଲତର ରାୟ ସପକ୍ଷରେ ଯିବାରୁ ସାମୟିକ ଖୁସି ରହିବେ । ଆଲୋଚନା ପ୍ରସଙ୍ଗରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ-
ଆର୍ଥିକ ଓ ପାରିବାରିକ ପରିସ୍ଥିତି ଭଲ ରହିବ । ସ୍ୱାସ୍ଥ୍ୟ ସମସ୍ୟା, ଅର୍ଥ ସଙ୍କଟ ଓ ଏକାଧିକ କାମରୁ ମାନସିକ ଚାପଗ୍ରସ୍ତ ହୋଇପାରନ୍ତି । ନିଜ ଲୋକ ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ପାରିବାରିକ ସ୍ଥିତି ପୂର୍ବ ପରି ଶାନ୍ତ ରହିବ । ଇଚ୍ଛା ନଥିଲେ ମଧ୍ୟ ଅଫିସ୍ କାମ ପାଇଁ ଦୂର ସ୍ଥାନକୁ ଯିବାକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ଉଚ୍ଚସମ୍ମାନ ପାଇବା ସହ ବନ୍ଧୁ ବର୍ଗଙ୍କ ଦ୍ୱାରା ପ୍ରଶଂସିତ ହେବେ । କିଣାବିକାରେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ଅଫିସ୍‌ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ତୁଳା-
ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଊଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇପାରନ୍ତି । ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ଦେହ ପିଡା ହେତୁ ସବୁ କାର‌୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ସାମାନ୍ୟ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ପାରିବାରିକ ଜୀବନରେ ଆବଦ୍ଧ ରହିବ । ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ବହୁ ଚେଷ୍ଟା କରି ଲାଭ ପାଇବେ । କର୍ମକ୍ଷେତ୍ରରେ କାମର ଭାର ବଢିବ । ଆଜି ବିବାଦୀୟ କଥାରେ ମୁଣ୍ଡ ନ ପୁରାଇବା ଭଲ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବନ୍ଧୁମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ସମସ୍ୟା ଆସିଲେ ମଧ୍ୟ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି। କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର‌୍ୟ୍ୟଦା ବୃଦ୍ଧି ପାଇବ । ବିଦ୍ୟାର୍ଥୀଙ୍କ ମନ ନୈରାଶୀଯୋଗ ରହିବ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି। ଜମିରେ ଆଜି ନିବେଶ କରନ୍ତୁ ନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | New Opportunities Await Taurus Individuals Today | Argus News