Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Astrology Today / ଆଜି ଏହି ରାଶି ପାଇଁ ରହିଛି ବଡ଼ ଖୁସି ଖବର?

Ritu Das
Browse all articles by Ritu Das
·3 months ago·3 min read
ଆଜି ଏହି ରାଶି ପାଇଁ ରହିଛି ବଡ଼ ଖୁସି ଖବର?
India

Key Points

ମେଷ-
ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ ।
ମେଷ-
ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ । ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ।

ବୃଷ-
ସ୍ୱାସ୍ଥ୍ୟରେ ଉନ୍ନତି ହେବ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ ।ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। ସଂଘର୍ଷ କରି ବିଜୟ ଲାଭ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଦେହ ପିଡା ହେତୁ ସବୁ କାର୍ଯ୍ୟ ଅଧା ରହିବ । ପତିପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉତଥାନ-ପତନ ଲାଗି ରହିବ । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ ପ୍ରିୟ ବନ୍ଧୁଙ୍କ ଅନୁପସ୍ଥିତିରେ ଅଶାନ୍ତିବୋଧ କରିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଭିନ୍ନ ଅନୁଷ୍ଠାନ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରି ନିଜର ଦକ୍ଷତା ପ୍ରତିପାଦିତ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ସିଂହ-
ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମହିଳା ମାନଙ୍କର କାର୍ଯ୍ୟ ଭାର ଅଧିକ ରହିବ । ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା' ଭୂବନେଶ୍ବରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ। ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ମାଲିମକଦ୍ଦମାରେ ସାମାନ୍ୟ ସଫଳତା ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ତୁଳା-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ଲାଭଜନକ ହେବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଧନୁ-
ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । ଦୃଢ଼ ମନୋବଳ ଓ କାର୍ଯ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ ଚଳଚ୍ଚତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ବସ୍ତି ଅନୁଭବ କରିବେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିଣାମ ମିଳିବ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

କୁମ୍ଭ-
ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ । ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି । ବାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ-
ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କ୍ଷେତ୍ରରେ ଲାଭବାନ ହେବେ । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଧର୍ମ ସ୍ଥାନରେ ଡାଲି , ଚାଉଳ ଦିଅନ୍ତୁ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Big Happy News Today For This Zodiac Sign Astrology Update | Argus News