Videos
|
Horoscope

Horoscope / ବ୍ୟବସାୟରେ ମିଳିବ ସଫଳତା... ପାଖରେ ଥିବା ଲୋକ କରିବେ ସାହାଯ୍ୟ

Rashmita Mishra
Browse all articles by Rashmita Mishra
·12 mins ago·3 min read
ବ୍ୟବସାୟରେ ମିଳିବ ସଫଳତା... ପାଖରେ ଥିବା ଲୋକ କରିବେ ସାହାଯ୍ୟ
Horoscope

Key Points

ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ

ମେଷ

ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବା ସମ୍ଭାବନା ରହିଛି । ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ

ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ

ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ । ବହୁତ ଦିନର ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଘରୋଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ

ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ

ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଅସୁବିଧା ହେବ ନାହିଁ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ । ସାମାନ୍ୟ ବିଳମ୍ବିତ ସମୟରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା

ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି । ମହିଳାମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ତୁଳା

ଆଜିର କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ । ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା

ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ

ସକାଳୁ ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ନାପସନ୍ଦ କରିବେ । ଯେତେ ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଛୋଟକଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ । ଆଜିର କର୍ମାରମ୍ଭ, ବ୍ୟବସାୟ ଏବଂ ପରିଜନଙ୍କ ସହ ଯାତ୍ରା ପ୍ରୀତିପ୍ରଦ ରହିବ ।
ଶୁଭ ରଙ୍ଗ - ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର

ନୂତନ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

ଭଲ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ସନ୍ଦେହଜନିତ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ମୀନ

ମାନସିକ ଚାପ ବଢିବ । ବୃଥା କାର୍ଯ୍ୟରେ ସମୟ କଟାଇବେ । ଧର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳ ହେବେ । ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: