Argus News - କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...
By: Banajyotshna Ray
Horoscope| Mon, Dec 18 | 9:21 pm
ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କର ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣି ରଖନ୍ତୁ।
ମେଷ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆୟବ୍ୟୟ ସମାନ ପରିମାଣରେ ରହିବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଅନ୍ୟର ଭଲ କାମ କରିବାକୁ ଯାଇ ଅପମାନିତ ହୋଇପାରନ୍ତି । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ୟ୍ୟ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରାରେ ଉପକୃତ ହେବେ । ପ୍ରେମ ସମ୍ପର୍କକୁ ନେଇ ଚିନ୍ତା ବଢିବ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୂଆ କାର୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ମନ ଏକ ପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ଆର୍ଥିକ ସହୟତା ପାଇ , ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:
Sponsored By!
No ad found
Related Articles :