|
logo
Live

Argus News - କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

Horoscope

କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

Banajyotshna Ray
Browse all articles by Banajyotshna Ray
·2 years ago·4 min read
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କର ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣି ରଖନ୍ତୁ।

ମେଷ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆୟବ୍ୟୟ ସମାନ ପରିମାଣରେ ରହିବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ  
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ବ୍ୟବସାୟରେ ଭାଗ୍ୟର ସହଯୋଗ  ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଅନ୍ୟର ଭଲ କାମ କରିବାକୁ ଯାଇ ଅପମାନିତ ହୋଇପାରନ୍ତି ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା  ଅଧିକ ସମୟ ପିଲାଙ୍କ ସହିତ ବିତାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 
କର୍କଟ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।  ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ 
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କନ୍ୟା-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।  
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
ବିଛା-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରାରେ ଉପକୃତ ହେବେ । ପ୍ରେମ ସମ୍ପର୍କକୁ ନେଇ ଚିନ୍ତା ବଢିବ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ମନ  ଏକ ପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ଆର୍ଥିକ ସହୟତା ପାଇ , ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ... | Argus News