Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / କାର୍ଯ୍ୟକୁ ନେଇ ଚାପରେ ରହି ପାରନ୍ତି ଏହି ରାଶିର ବ୍ୟକ୍ତି

Sushanta Sahoo
Browse all articles by Sushanta Sahoo
·9 months ago·4 min read
କାର୍ଯ୍ୟକୁ ନେଇ ଚାପରେ ରହି ପାରନ୍ତି ଏହି ରାଶିର ବ୍ୟକ୍ତି

Key Points

ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ ।

ମେଷ-
କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ନିଜ ପରିବାର ସହମତିରେ କାର୍ଯ୍ୟ କଲେ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ଯେକୌଣସି ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇ ପଡ଼ିବେ । କର୍ମକ୍ଷେତ୍ରରେ ଆଦାନ ପ୍ରଦାନ ପାଇଁ ଏକ ସୁଯୋଗ ଆସିପାରେ । କ୍ୟାରିୟର ଦୃଷ୍ଟିରୁ ବହୁତ ଭଲ ଫଳାଫଳ ପାଇବେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ, ଆୟ ବଜାୟ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ ପାଇବେ । କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିବା ହେତୁ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ । ଶିଳ୍ପ, ବ୍ୟବସାୟ, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁଯାୟୀ ସୁଫଳ ପାଇବେ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଭିଳଷିତ ଦ୍ରବ୍ୟ ହାସଲ କରିପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଶାରୀରିକ କ୍ଲେଶ ଦୂର ହେବା ସହିତ ପୁରାତନ ରୋଗରୁ ଉପଶମ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଆଧାତ୍ମିକ ଦିଗ ପ୍ରତି ଅନୁପ୍ରାଣିତ ହୋଇପାରନ୍ତି । ଆପଣ ବିଦେଶୀ ଯୋଗାଯୋଗରୁ ମଧ୍ୟ ଲାଭ ପାଇବେ ଏବଂ ବ୍ୟବସାୟରେ ବୃଦ୍ଧି ହେବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ମା ଭୁବନେଶ୍ଵରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରିବା ସହିତ ଦୀର୍ଘ ସମୟର ବ୍ୟସ୍ତତା ଦୂର ହେବ । ବିଗତ ଦିନର ଘଟଣାର ପ୍ରଭାବକୁ କେନ୍ଦ୍ର କରି ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ପ୍ରବାସରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ବନ୍ଧୁଙ୍କ ସହ ନୂଆ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ପୁରୁଣା କମ୍ପାନୀକୁ ଛାଡ଼ି ନୂଆ କମ୍ପାନୀରେ ଯୋଗ ଦେବାକୁ ନିଷ୍ପତି ନେଇପାରନ୍ତି । ପରିବାର ସଦସ୍ୟ ମାନଙ୍କ ଭିତରେ ସମନ୍ଵୟ ଭଲ ରହିବ । କ୍ରୀଡ଼ା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେବ । ସବୁ କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ତୁଳା-
ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ । ପ୍ରତିଶ୍ରୁତି ପାଳନ କରୁ ନ ଥିବା ବନ୍ଧୁଙ୍କ ଦ୍ୱାରା କାମଟି କୌଶଳରେ କରାଇ ନେବେ । ପରିବାରରେ ଛୋଟ କଥାକୁ ଧରିବସିଲେ ଅନର୍ଥ ହୋଇପାରେ । ଯାତ୍ରା ସମୟରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତେଚ ଅଦଳବଦଳ ହୋଇଯିବାର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିବାହ ଜୀବନରେ ପ୍ରେମ ବଢିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ କିଛି ପଦ ପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଲାଗି ପ୍ରସନ୍ନତା ନେଇ ଆସିବ । ସମ୍ପତ୍ତି ମାମଲା ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
ପାରିବାରିକ ଅଶାନ୍ତି ହେତୁ ମନରେ ଭାବନାର ଜୁଆର କେନ୍ଦ୍ରୀଭୂତ ହୋଇପାରେ । ଫାଇଲ ପତ୍ର ସମ୍ବନ୍ଧୀୟ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ବ୍ୟବସାୟ, ପରିବହନ, ପ୍ରଶାସନ, ରାଜନୈତିକ କାର୍ଯ୍ୟ ଭଲରେ ଚାଲିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ସକାରାତ୍ମକ ଶକ୍ତିରେ ପୂର୍ଣ୍ଣ ରହିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି । ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ସମ୍ପର୍କୀୟମାନେ ଅର୍ଥ ସମସ୍ୟା ସୃଷ୍ଟି କରିପାରନ୍ତି । ଅଫିସ କାମରେ ଦାୟିତ୍ଵ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିପାରନ୍ତି । ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଦାମ୍ପତ୍ୟ ଜୀବନରେ ଖୁସି ରହିବା ସହିତ ସାମଞ୍ଜସ୍ୟ ବଜାୟ ରହିବ । ନୂତନ ଭାବରେ ଭୂମି ବା ଗୃହ କ୍ରୟ କରିପାରନ୍ତି । ଘର ପାଇଁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Odia Horoscope Today: Daily Astrological Predictions for All 12 Zodiac Signs | Argus News | Argus News