Videos
|
Horoscope

Horoscope Predictions / ଆଜିର ରାଶିଫଳ: ଋଣରୁ ମିଳିବ ମୁକ୍ତି, କିନ୍ତୁ ଭାଇଙ୍କ ସହ ହୋଇପାରେ ଝଗଡ଼ା

Santosh Kumar Sahoo
Browse all articles by Santosh Kumar Sahoo
·56 mins ago·3 min read
ଆଜିର ରାଶିଫଳ: ଋଣରୁ ମିଳିବ ମୁକ୍ତି, କିନ୍ତୁ ଭାଇଙ୍କ ସହ ହୋଇପାରେ ଝଗଡ଼ା
Today Horoscope

Key Points

ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟ ଆରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ

ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ । ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ

କର୍ମକ୍ଷେତ୍ରରେ ବ୍ୟସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜିବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ । ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ

ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ମନରେ ଧାର୍ମିକ ଭାବନା ଉଦେୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି । କୌଣସି କାର୍ଯ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । କୋର୍ଟରେ ଶୁଭ ଖବର ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ

ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ । ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି । କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ଆର୍ଥିକ ପରିସ୍ଥିତି ଠିକ୍ ନ ଥିଲେ ମଧ୍ୟ ପିଲାଙ୍କ ପଢାରେ କିଛି ଅସୁବିଧା ହେବ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା

ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାର କଥା ମନକୁ ଆନ୍ଦୋଳିତ କରିପାରେ । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା

ପରିବାରର ସଦସ୍ୟମାନେ ଆପଣଙ୍କ ମତାମତକୁ ସମର୍ଥନ କରିବେ । ସିଭିଲ ଇଂଜିନିୟରଙ୍କ ଲାଗି ଦିନଟି ଆରାମଦାୟକ ରହିବ । ଅଫିସର କାମ ଠିକ୍ ସମୟରେ ପୂରା ହୋଇଯିବ । ପିଲାମାନେ ଖେଳ କୁଦରେ ମାତିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦକ୍ଷେପ ନେବା ପାଇଁ ପଡିପାରେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା

ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳାମାନେ ଇଶ୍ୱର ବିଶ୍ୱାସୀ ହେବେ
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ

ବ୍ୟବସାୟରେ ଭଲ ଟଙ୍କା ରୋଜଗାର କରିବେ କିନ୍ତୁ ଖର୍ଚ୍ଚର ବୃଦ୍ଧି ଆପଣଙ୍କୁ ସଞ୍ଚୟ କରିବା କଷ୍ଟକର କରିବ । ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ । ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ଜମି କିଣିବା ପାଇଁ ଚିନ୍ତା କରିପାରନ୍ତି । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର

କର୍ମ କ୍ଷେତ୍ରରେ ବହୁ ବାଧା ବିଘ୍ନ ସତ୍ୱେ ସଫଳତା ପାଇବେ । ଶାରୀରିକ ଅସୁସ୍ଥତା ଦେଖାଦେବ । ରାଜନୀତିରେ ସମ୍ମାନ ହାନି ଓ ଅପବ୍ୟୟ ଘଟିପାରେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ପିତୃପୁରୁଷ ସମ୍ପତ୍ତି ପାଇବାର କ୍ଷମତା ଆଣିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଆୟର ପନ୍ଥା ସହଜ ହେବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଯାନବାହାନକୁ ନେଇ ଭାଇ ଭାଇ ମଧ୍ୟରେ ମତାନ୍ତର ଦେଖା ଦେଇପାରେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ

ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ