|
logo
Live

Argus News - ଆଜିର ରାଶିଫଳ; ଏହି ରାଶିର ବଦଳିବ ଭାଗ୍ୟ, ବର୍ଷିବ ଟଙ୍କା

Horoscope

Today Horoscope / ଆଜିର ରାଶିଫଳ; ଏହି ରାଶିର ବଦଳିବ ଭାଗ୍ୟ, ବର୍ଷିବ ଟଙ୍କା

Debashree Debasmita Sahoo
Browse all articles by Debashree Debasmita Sahoo
·2 hours ago·4 min read
ଆଜିର ରାଶିଫଳ; ଏହି ରାଶିର ବଦଳିବ ଭାଗ୍ୟ, ବର୍ଷିବ ଟଙ୍କା
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ:
କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିନ୍ତୁ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହେଯାଗ ମିଳିବ । ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ:
ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀଙ୍କ ମନୋଭାବ ବଦଳିଯାଇପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ:
କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ଅଫିସ୍‌ରେ ବଡ ଅଧିକାରୀମାନଙ୍କର ସହଯୋଗ ପାଇ ଖୁସି ରହିବେ । ନିଜର ଦୋଷ ତ୍ରୁଟି ସ୍ୱୀକାର କରିବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ:
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଅସାବଧାନତା କାରଣରୁ ଧନହାନି ଘଟିପାରେ । ବୟସ୍କଙ୍କ କଥା ନ ମାନିଲେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ

ସିଂହ:
ନିଜ ମନର କଥା ବନ୍ଧୁକୁ ପ୍ରକାଶ କରନ୍ତୁ, ମନ ହାଲୁକା ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ଗାଡିମୋଟର କ୍ରୟ କରିବାର ଅଭିଳାଷା ପୂରଣ ହେବ । ମନ ବୁଝିବାଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା:
ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ । ବିବାଦୀୟ ପରିସ୍ଥିତି କିମ୍ବା ମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ ।
ଶିକ୍ଷା, ଲେଖାପଢ଼ା ତଥା ସନ୍ତାନଙ୍କ କ୍ଷେତ୍ରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଦ୍ଧଦେବଙ୍କର ମନ୍ତ୍ର ଜପ କରନ୍ତୁ

ତୁଳା:
ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା:
କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ । ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶିକ୍ଷାକ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ । ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଧନୁ:
କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନୂଆ ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର:
ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ମନୋରଞ୍ଜନ କାର୍ଯ୍ୟରେ ନିଜକୁ ନିୟୋଜିତ କରି ଖୁସି ରହିବାର ସୁଯୋଗ ପାଇବେ । ମାଲିମକଦ୍ଦମାରେ ସଫଳତା ହାସଲର ସୌଭାଗ୍ୟ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ

କୁମ୍ଭ:
ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘରପାଇଁ ଆସବାବ କ୍ରୟ କରିପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ:
ନିଜର କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ । ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ସାଙ୍ଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମିଠା, ହଳଦିଆ ଚାଉଳ ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ଭଗବାନଙ୍କୁ ଅର୍ପଣ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Horoscope: ଆଜିର ରାଶିଫଳ; ଏହି ରାଶିର ବଦଳିବ ଭାଗ୍ୟ, ବର୍ଷିବ ଟଙ୍କା | Argus News