Videos
|
Horoscope

Horoscope / ଚିନ୍ତାର କାରଣ ହୋଇପାରେ ପାରିବାରିକ ସମସ୍ୟା

Sushanta Sahoo
Browse all articles by Sushanta Sahoo
·6 months ago·4 min read
ଚିନ୍ତାର କାରଣ ହୋଇପାରେ ପାରିବାରିକ ସମସ୍ୟା
Today’s Rashifal

Key Points

ଅଫିସ୍‌ରେ ଅଧସ୍ତନ କର୍ମଚାରୀଙ୍କ କାର୍ଯ୍ୟରେ ବାରମ୍ବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ । ନିର୍ମାଣ, ଚୁକ୍ତିପତ୍ର, ସାମ୍ବାଦିକତା, ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ ।
ମେଷ-
ବିଶିଷ୍ଟ ବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ । ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ । ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଆନୁଷ୍ଠାନିକ କ୍ଷେତ୍ରରୁ ସଦିଚ୍ଛା ଲାଭ କରିବାର ଯୋଗ ରହିଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ଇଷ୍ଟଦେବ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ପରିବାରରେ ବ୍ୟତିକ୍ରମ କାରଣରୁ ଆଶା କରୁଥିବା ଜିନିଷଟି ପାଇପାରିବେ ନାହିଁ । ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିବାରୁ ସୁଯୋଗ ହାତଛଡ଼ା ହେବ । ଗୁରୁ୍‌ତ୍ୱପୂର୍ଣ୍ଣ କାମ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ ସେଥି ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ବେଠି ଖଟି ପାରନ୍ତି । ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
କୌଣସି ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ବିଷାଦଗ୍ରସ୍ତ ରହିବେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଭୁଲ୍ ବୁଝାମଣା କାରଣରୁ ପ୍ରକୃତ ଘଟଣା ନ ବୁଝି ବନ୍ଧୁ କ୍ରୋଧ ପ୍ରକାଶ କରିପାରନ୍ତି । ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ଅପ୍ରିୟ ସତ କଥା କହି ବିରୋଧୀ ହେବାକୁ ପଡ଼ିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ମା ଭୁବନେଶ୍ଵରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ସ୍ଥଗିତ କାମକୁ ତ୍ୱରାନ୍ଵିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳତା ହାସଲ କରିବେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ଵାର୍ଥକୈନ୍ଦ୍ରିକ ହୋଇପଡ଼ିବ । ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁନଥିବା ବନ୍ଧୁ ନିକଟକୁ ଆସିବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ଘଟଣାକୁ ସୁଧାରି ନେବେ । ସାମାଜିକ ସ୍ତରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂର ହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇଁ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା-
ପାରିବାରିକ କ୍ଷେତ୍ରରେ ଅପୂରଣୀୟ ଆଶା ସାଙ୍ଗକୁ ବିଭିନ୍ନ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍‌ରେ ଅଧସ୍ତନ କର୍ମଚାରୀଙ୍କ କାର୍ଯ୍ୟରେ ବାରମ୍ବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ । ନିର୍ମାଣ, ଚୁକ୍ତିପତ୍ର, ସାମ୍ବାଦିକତା, ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଅଦାଲତ ମାମଲା ଅନୁକୂଳ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ-
ଦୁଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ହନୁମାନଙ୍କ ପାଖରେ ବୁନ୍ଦି ଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ମକର-
ଶାରିରୀକ ପରିଶ୍ରମ ଜନିତ କ୍ଲାନ୍ତି ଅନୁଭବ କରିବେ । ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ସାମର୍ଥ୍ୟ ଅନୁଯାୟୀ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବା ଅନୁଭବ କରିବେ । ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବଢ଼ିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-

ନୂତନ କର୍ମ ଆରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ । ଆନୁଷ୍ଠାନିକ କାମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ଘଟିପାରେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-

ପରିସ୍ଥିତି ପ୍ରତି ଲକ୍ଷ୍ୟ ରଖି କାମ କରି ଚାଲିଲେ କୌଣସି ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରି ମାନସିକ ଅସନ୍ତୋଷ ବୃଦ୍ଧିର କାରଣ ହେବ । ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Daily Horoscope: Family Problems May Cause Worry Today | Argus News | Argus News