Videos
|
Horoscope

Astrology Today / ଗୁରୁବାର ଜାଣନ୍ତୁ କେଉଁ ରାଶିଙ୍କ ପାଇଁ କେମିତି ରହିବ ଦିନ?

Ritu Das
Browse all articles by Ritu Das
·1 hour ago·3 min read
ଗୁରୁବାର ଜାଣନ୍ତୁ କେଉଁ ରାଶିଙ୍କ ପାଇଁ କେମିତି ରହିବ ଦିନ?
India

Key Points

ମେଷ-
ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ବିକ ପରିସ୍ଥିତି ଅନେକାଂଶରେ ଭଲ ରହିବ ।
ମେଷ-
ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ବିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପରିବାରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ଅର୍ଥ ଅଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ ଏବଂ ମାଲିମକଦ୍ଦମାର ସମାଧାନ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ବିଭିନ୍ନ ସମସ୍ୟା ଚିନ୍ତାକରି ସମୟ ଅତିବାହିତ ହୋଇପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ । ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାର୍ଯ୍ୟ ହାସଲ କରିପାରନ୍ତି । ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ। ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ । ନିଜର ଲୋକପ୍ରିୟତା ଓ ବାକ୍‌ବିଳାସ ମାଧ୍ୟମରେ ପ୍ରତ୍ୟେକ କାମ ହାସଲ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ, ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ସଭା ସମିତିରେ ଅନ୍ୟମାନଙ୍କ ମତକୁ ପ୍ରାଧାନ୍ୟ ଦେଇ ନିଜର ମହାନୀୟତା ହେତୁ ପ୍ରସଂସିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟ ସୂଚୀରେ ପରିବର୍ତ୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ରାଜନୀତି ଏବଂ ସାଙ୍ଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଭାବପ୍ରବଣତାରେ ଭାସିଯାଇ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ । ନିଜର ଲୋକମାନଙ୍କୁ ମନେଇବାରେ ସଫଳ ହେବେ । କୌଣସି ନିଷ୍ପତ୍ତିର ଶେଷ ସମୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ । କର୍ମ କ୍ଷେତ୍ରରେ ଭାବିଚିନ୍ତି କଥା ନ କହିଲେ ଅସୁବିଧାରେ ପଡିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ ଓ ଆଇନ ଅଦାଲତ ଦିଗରୁ ସୁଫଳ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ-
କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମାନ୍ୟ ସାମୟିକ ଶାରିରୀକ ପୀଡା ଭୋଗିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: