Horoscope / ଜାଣିବାକୁ ଚାହୁଁଛନ୍ତି କେମିତି କଟିବ ଆଜି ଦିନଟି ? ପଢନ୍ତୁ ଆଜିର ରାଶିଫଳ

Key Points
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ
ମେଷ-
ଜୀବନରେ ଦାନକୁ ବ୍ରତ ଭାବେ ଗ୍ରହଣ କରିପାରନ୍ତି । କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ସୁଖୀ ଜୀବନ ବିତାଇବେ । ନୂତନ କାମରେ ପ୍ରବେଶ କରିବେ ଓ ସଫଳତା ମଧ୍ୟ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ଗୁରୁଜନ ମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ଆକସ୍ମିକଭାବରେ ଜଣେ ବନ୍ଧୁ ହଠାତ୍ ଖୁସିଖବର ସାଙ୍ଗକୁ କିଛି ଅର୍ଥ ଦେଇଯିବେ। ସତର୍କତା ଅବଲମ୍ବନ ନ କଲେ କୌଣସି ଭୁଲ୍ କାମରେ ଫଶିଯିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ । ପ୍ରଶାସନ, ରାଜନୀତି, ସଂଗଠନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଓ କାମଗୁଡିକ ମଧ୍ୟ ତ୍ୱରାନ୍ୱିତ ହୋଇପାରିବ । କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ର କିମ୍ବା ଘରୋଇ କ୍ଷେତ୍ରରେ ଅନ୍ୟମାନଙ୍କ ପ୍ରରୋଚନାରେ ଭୁଲ୍ ନିଷ୍ପତ୍ତି ନେଇପାରନ୍ତି। ଆଜି ପ୍ରତ୍ୟେକ କାମରେ କିଛି ନା କିଛି ସମସ୍ୟା ଲାଗି ରହିବ। ନିକଟ ସମ୍ପର୍କୀୟମାନଙ୍କ ଆଶ୍ୱାସନାମୂଳକ କଥାରେ ଅଶାନ୍ତ ମନରେ ସ୍ଥିରତା ଆସିପାରେ। ପ୍ରଶାସନିକ ସ୍ତରରେ କିମ୍ବା ବିବାଦୀୟ ଘଟଣାର ଅବସାନ ଘଟିବା ଆଶା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ସିଂହ-
ଦାମ୍ପତ୍ୟ ଜୀବନ ଶୁଖପ୍ରଦ ହେବ । ଅତ୍ୟଧିକ ପରିଶ୍ରମ ବଳରେ ବିଦ୍ୟାଧ୍ୟାୟୀ ହେବେ । ଈଶ୍ୱର ବିଶ୍ୱାସି ହେବେ । ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲିତ ରହିବ । ଆନୁଷ୍ଠାନିକ କାମ ସକାଶେ ପ୍ରସ୍ତୁତିପର୍ବ ଶେଷ ହେବାକୁ ଲାଗିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ ପ୍ରକୃତ ଆନନ୍ଦକୁ ଉପଭୋଗ କରିପାରିବେ ନାହିଁ। ଆଲୋଚନା କାଳରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖଦେବ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣାକୁ ଦୂରେଇନେବା ପାଇଁ ଚେଷ୍ଟାକରିବା ଭଲ। ସାହିତ୍ୟ, ସାମ୍ବାଦିକତା, ଗବେଷଣା ଓ ଅନୁସନ୍ଧାନ କ୍ଷେତ୍ରରୁ ସୁଫଳ ମିଳିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ଆପଣଙ୍କର କୌଣସି କାମ ଅଟକିବ ନାହିଁ ଏବଂ ବିଭିନ୍ନ ଦିଗରୁ ଲାଭ କରିବା ସହ ଅନୁକୂଳ ବାତାବରଣରୁ ଖୁସି ରହିବେ। ବାଣିଜ୍ୟ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ଆଶାନୁରୂପ ଫଳ ପାଇବେ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ସନ୍ତାନଙ୍କ ବିବାହ ସମସ୍ୟା ନେଇ ପରିବାରରେ ଦୁଶ୍ଚିନ୍ତା ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ଭଲ ସମ୍ପର୍କ ନ ଥିବା ଲୋକଙ୍କ କପଟ କଥାରେ ପାରିବାରିକ ସମସ୍ୟା ସୃଷ୍ଟିହେବ। ବିରକ୍ତ ମନର ଅପ୍ରିୟ ସତ୍ୟ କଥା ସହକର୍ମୀଙ୍କ ମନରେ ଆଘାତ ସୃଷ୍ଟିକରିବ। କର୍ମକ୍ଷେତ୍ରରେ ଦୂରଦର୍ଶିତାପୂର୍ବକ କାର୍ୟ୍ୟ ସମ୍ପାଦନ ବନ୍ଧୁଗହଣରେ ପ୍ରଶଂସାର ଦ୍ୟୋତକ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ପାରିବାରିକ ଅଶାନ୍ତି ଜନିତ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ । କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବିଶେଷ ଖର୍ଚ୍ଚାନ୍ତ ହେବା କାରଣରୁ ମନ ଭଲ ରହି ନ ପାରେ। ସାଧାରଣ କଥାକୁ ନେଇ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ
ମକର-
ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ମାନସିକ ଉତ୍ତେଜନା ସହ ଭାବପ୍ରବଣତା ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ ଓ ସଭାସମିତିରେ କାମଗୁଡିକ ଶୃଙ୍ଖଳିତ ହେବ। ପଡ଼ୋଶୀମାନେ ଆପଣଙ୍କ କାର୍ୟ୍ୟଦକ୍ଷତାର ଭୂରି ଭୂରି ପ୍ରଶଂସା କରିପାରନ୍ତି। ଫେରନ୍ତା ବାଟରେ କୌଣସି ଅଜଣା ବ୍ୟକ୍ତିଙ୍କ ସହ ବିତର୍କର ସୂଚନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବ୍ୟବସାୟ କ୍ଷେତ୍ରରେ ଲାଭାଶଂ ବୃଦ୍ଧି ପାଇବ। ଧାତୁ, ଅଳଙ୍କାର କିମ୍ବା ମୂଲ୍ୟବାନ ଗୃହୋପକରଣ କ୍ରୟ କରିପାରନ୍ତି। ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
କର୍ମକ୍ଷେତ୍ରରେ ସହକର୍ମୀ ବିରୁଦ୍ଧାଚରଣ କରିବା ସୂଚନା ପରୋକ୍ଷରେ ଅନୁଭବକରିବେ। ନୂତନ ପ୍ରକଳ୍ପ କାର୍ୟ୍ୟ, ପର୍ୟ୍ୟଟନ, ଶେୟାର ବଜାର ଦିଗରୁ ସୁଫଳ ପାଇବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, କଳା, ସଙ୍ଗୀତ, ଗବେଷଣା ଓ ଅନୁସନ୍ଧାନରେ ସଫଳତା ମିଳିବ। ଯାତ୍ରା ସମୟରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
📱 Get Argus News App
✨Related Topics
Explore more stories
