Videos
|
Horoscope

Today Horoscope / ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ...

Santosh Kumar Sahoo
Browse all articles by Santosh Kumar Sahoo
·2 weeks ago·3 min read
ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ...
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ବୃଷ

ନିଜ ପରିସରରେ ଅନ୍ୟମାନଙ୍କ ସାହାଯ୍ୟରୁ ଆଶା କରିଥିବା ଦିଗରୁ ଅର୍ଥଲାଭ ହେବ । କର୍ମ କ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ

ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ । କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ

ଉପସ୍ଥିତ ବୁଦ୍ଧି ବଳରେ ପରିବାରରେ ସୁସମ୍ପର୍କ ସ୍ଥାପନ କରିବାରେ ସଫଳ ହେବେ । ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ । ଆର୍ଥିକ ସ୍ଥିତି ମଜଭୁତ କରିବାକୁ ହେଲେ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ସଭାସମିତି ଓ ମାଙ୍ଗଳିକ କାମ ସକାଶେ ଅନ୍ୟମାନଙ୍କ ସାହାଯ୍ୟ ଲୋଡିବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ସିଂହ

ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି । ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍ ହେବେ । ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା

ଆଜି ସାମାନ୍ୟ ଅସ୍ଥିରତା ମଧ୍ୟରେ କାର୍ଯ୍ୟସାଧନ କରିବାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେଇପାରନ୍ତି । ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ । ସେବା ଓ ପରୋପକାର ଯୋଗୁ ସାମାଜିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ତୁଳା

ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ଆତ୍ମୀୟଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ବିଛା

କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଉଚ୍ଚଶିକ୍ଷା, ପରୀକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ । କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତା ପ୍ରଶଂସା କରିପାରନ୍ତି । ବନ୍ଧୁ ନିକଟରେ ମନକଥା ଲୁଚାଇପାରିବେ ନାହିଁ ଓ କହି ମନସ୍ତାପ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଧନୁ

ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ । ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି । ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର

ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି । ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ । ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତଛଡା ହୋଇପାରେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ

ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ । ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ । ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ମୀନ

ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଦେଖାଦେଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ସତ୍‍ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ। ସହକର୍ମୀଙ୍କ ପରୋକ୍ଷ ସୂଚନାରୁ ହଠାତ୍‍ କୌଣସି ଘଟଣା ମନକୁ ବିବ୍ରତ କରିପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Daily Horoscope Today: Major Changes for These Zodiac Signs | Rashifal Today | Argus News