Videos
|
Horoscope

horoscope / ରାଶିଫଳ ଅନୁସାରେ ଜାଣନ୍ତୁୁ କିପରି କଟିବ ଆଜିର ଦିନ

Rashmita Mishra
Browse all articles by Rashmita Mishra
·11 months ago·3 min read
ରାଶିଫଳ ଅନୁସାରେ ଜାଣନ୍ତୁୁ କିପରି କଟିବ ଆଜିର ଦିନ

Key Points

ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ
ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ
ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ

ମେଷ-
ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ।ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଆନୁଷ୍ଠାନିକ କ୍ଷେତ୍ରରୁ ସଦିଚ୍ଛା ଲାଭ କରିବାର ଯୋଗ ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ


ବୃଷ-
ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ସ୍ଥଗିତ କାମ ଯଥା ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ


ମିଥୁନ-
ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ ସେଥି ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ ବେଠି ଖଟି ପାରନ୍ତି। ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


କର୍କଟ-
ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ ସମର୍ଥନ ଜଣାଇବେ । ଆବଶ୍ୟକ ଜିନିଷ କିଣିବା ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସିଂହ-
ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳତା ହାସଲ କରିବେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥକୈନ୍ଦ୍ରିକ ହୋଇପଡ଼ିବ। ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ


କନ୍ୟା-
ଛୋଟ ଘରୋଇ କଥାକୁ ବଡ ଆକାରରେ ଚିନ୍ତା କରିବେ । କର୍ମ କ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦରେ ପଡିପାରନ୍ତି । କୌଣସି କାମ ଆରମ୍ଭ କଲେ ଅବଶ୍ୟ ସଫଳତା ପାଇବେ । କଠିନ ପରିଶ୍ରନ କରୁଥିବା ବିଦ୍ୟାର୍ଥୀ ମାନଙ୍କର ଆଶା ପୂରଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


ତୁଳା-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର‌୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ


ବିଛା-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସ କାମରେ ଆପଣ ବହୁତ ବ୍ୟସ୍ତ ରହିବେ । କଚେରୀ ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ


ଧନୁ-
ଦୁଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ


ମକର-
ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ଜୀବନସାଥୀର ସହଯୋଗ ମିଳିବ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ


କୁମ୍ଭ-
ନୂତନ କର୍ମାରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ। ଆନୁଷ୍ଠାନିକ କାମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ଘଟିପାରେ। କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ


ମୀନ-
କାର‌୍ୟ୍ୟକ୍ଷେତ୍ରରେ ଲୋକଙ୍କ ନେତୃତ୍ୱ କରନ୍ତୁ, କାରଣ ଆପଣଙ୍କ ନିଷ୍ଠା ଆଗକୁ ବଢ଼ିବାରେ ଲାଭକାରୀ ପ୍ରମାଣିତ ହେବ । ପିଲାଙ୍କ ପଢ଼ା ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିବ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ