Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଆଜିର ରାଶିଫଳ: ବିପଦରେ ପଡ଼ିପାରନ୍ତି ଏହି ରାଶିର ବ୍ୟକ୍ତି

Santosh Kumar Sahoo
Browse all articles by Santosh Kumar Sahoo
·7 months ago·4 min read
ଆଜିର ରାଶିଫଳ: ବିପଦରେ ପଡ଼ିପାରନ୍ତି ଏହି ରାଶିର ବ୍ୟକ୍ତି

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ

ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳ ହେବେ । ମହିଳାମାନେ ଧର୍ମପରାୟଣ ରହିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ

ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥିମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ

ଦାମ୍ପତ୍ୟ ଜୀବନରେ ପତୀପତ୍ନୀଙ୍କ ମଧ୍ୟରେ ଥିବା ତିକ୍ତତା ଦୂରିଭୂତ ହୋଇଯିବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ଶିକ୍ଷା କ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ

ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମଗୁଡିକ ସହଜ ହେଇଯିବ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ 
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା

ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ

ତୁଳା

ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ । କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳାମାନେ କର୍ମତତ୍ପର ରହିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା

କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ଦୁର୍ଘଟଣାର ଶିକାର ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ

କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କ୍ରୀଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜାଗା, ଜମି ଆଦି କ୍ରୟ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର

ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି । ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

କୁମ୍ଭ

ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ

ମୀନ

ବାଣିଜ୍ୟ ବ୍ୟବସାୟ ମଧ୍ୟମ ଧରଣର ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ ମହିଳାମାନେ ଇଶ୍ୱର ବିଶ୍ୱାସି ହେବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Daily Horoscope: How Your Day Will Be & What Your Zodiac Sign Says | Argus News