Horoscope / ଜାଣନ୍ତୁ ଆଜିର ରାଶିଫଳ ଖବର, ଏହି ରାଶିର ବଦଳିବ ଭାଗ୍ୟ

Key Points
ଏହି ରାଶିର ବଦଳିବ ଭାଗ୍ୟ
ମେଷ-
ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ । ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ
ବୃଷ-
ଆର୍ଥିକ ସ୍ଥିତି ବଦଳିଯାଇପାରେ । ଚାକିରି ସମସ୍ୟା ନେଇ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବ କିନ୍ତୁ ପାରିବାରିକ କ୍ଷେତ୍ରରେ ଭଲକାମ କଲେ ସୁଦ୍ଧା ଆଦର ପାଇପାରିବେ ନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
କାର୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ ଗୌରବାର୍ଜନ ପୂର୍ବକ ଉଚ୍ଚ ପ୍ରଶଂସା ପ୍ରଦାନ କରିବ। କଳା, ସାହିତ୍ୟ, ସଂଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପଡ଼ୋଶୀ ଓ ସହକର୍ମୀଙ୍କ ତରଫରୁ ସାହାଯ୍ୟ ଅଭାବ ରହିବ ନାହିଁ।ଅନ୍ୟମନସ୍କତା ପରିହାର କରି ଯାନବାହନରେ ସତର୍କ ରୁହନ୍ତୁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଘରେ ମାଙ୍ଗଳିକ କାର୍ୟ୍ୟ କରିବା ପାଇଁ ବିଚାର କରିବେ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କର ପୂଜା କରନ୍ତୁ
କନ୍ୟା-
ପ୍ରତ୍ୟେକ କ୍ଷେତ୍ରରେ ସନ୍ତୋଷଜନକ ଫଳ ପାଇବେ। କଳା ସାହିତ୍ୟ, ପରିବାର ଭିତରେ, ପରିବହନରେ ସମସ୍ୟା ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ଭୁଲ୍ ବୁଝାମଣା ଯୋଗୁ ପଡ଼ୋଶୀଙ୍କ କାର୍ୟ୍ୟକଳାପ ସନ୍ଦେହଜନକ ମନେହୋଇପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବ୍ୟବସାୟରେ ଲାଭାଂଶ କମାଇବେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । ଆତ୍ମୀୟମାନଙ୍କ ସହଯୋଗରେ ଧର୍ମକାର୍ୟ୍ୟ, ସତ୍ସଙ୍ଗ ଓ ଆନୁଷ୍ଠାନିକ କାମ ପାଇଁ ଯୋଜନା କରିପାରନ୍ତି।କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହୋଇପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ
ମକର-
ପ୍ରତିଦ୍ୱନ୍ଦ୍ୱିତା, କ୍ରୀଡ଼ା ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବିଚଳିତ ହୋଇପାରନ୍ତି। ବନ୍ଧୁ ପରିଜନଙ୍କ ସହିତ ଯାତ୍ରାରୁ ସୁଫଳ ପାଇବେ ଏବଂ ଲକ୍ଷ୍ୟ ପୂରଣ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ଆର୍ôଥକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ମୀନ-
ହଠାତ୍ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ।ଧାର୍ମିକ କାର୍ୟ୍ୟ ପାଇଁ ମନ ବଳାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
📱 Get Argus News App
✨Related Topics
Explore more stories