Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମିଥୁନ ରାଶିର ମହିଳାଙ୍କ ଭ୍ରମଣର ସୁଯୋଗ; ଏମାନେ ସମସ୍ତଙ୍କ ପ୍ରିୟର ପାତ୍ର ହେବେ

Horoscope

Today Horoscope / ମିଥୁନ ରାଶିର ମହିଳାଙ୍କ ଭ୍ରମଣର ସୁଯୋଗ; ଏମାନେ ସମସ୍ତଙ୍କ ପ୍ରିୟର ପାତ୍ର ହେବେ

Debashree Debasmita Sahoo
Browse all articles by Debashree Debasmita Sahoo
·3 hours ago·3 min read
ମିଥୁନ ରାଶିର ମହିଳାଙ୍କ ଭ୍ରମଣର ସୁଯୋଗ; ଏମାନେ ସମସ୍ତଙ୍କ ପ୍ରିୟର ପାତ୍ର ହେବେ
Today Horoscope

Key Points

ଆଜି ଶେଷ ରଜରେ ବି ଜମିବ ରଜ ମଉଜ
ତେବେ କେମିତି କଟିବ ଆପଣଙ୍କ ଦିନ ?

ମେଷ-
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ ।
ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ରାଜନୀତିରେ କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରୀ ମାନେ ଉଚ୍ଚଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ପ୍ରେମିକା, ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇବେ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତ୍ତୃପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ପୂଜା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Raja Festival
Sponsored