Today Horoscope / ଡିସେମ୍ବର ମାସର ପ୍ରଥମ ଦିନ, କେମିତି କଟିବ ? ପଢ଼ନ୍ତୁ ଆଜିର ରାଶିଫଳ...

Key Points
କେଉଁ ରାଶିଙ୍କ ପାଇଁ ହେବ ସୌଭାଗ୍ୟର ଦିନ ।
କିଏ ରହିବେ ସତର୍କ । ପଢ଼ନ୍ତୁ ଆଜିର ରାଶିଫଳ...
ମେଷ-
ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ସାମଗ୍ରିକ କ୍ଷେତ୍ରରେ ଶୁଭଫଳ ଲାଭକରି ଆନନ୍ଦ ଅନୁଭବ କରିବେ। ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କର୍ମାରମ୍ଭ କରିପାରନ୍ତି। ଅବଶ୍ୟ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପଡ଼ୋଶୀ ସାହାଯ୍ୟ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ
ବୃଷ-
କୌଣସି କାମରେ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ। କାହାରିକୁ ଧାର ଦେଲେ ଆର୍ଥିକ ସ୍ଥିତି ଦୁର୍ବଳ ହେବ। ଇଂଜିନିୟର୍ସଙ୍କୁ ଦିନଟି ଲାଭ ଦେବ। ବ୍ୟବସାୟରେ ବାପାଙ୍କର ସାହାଯ୍ୟ ପାଇବେ। ଘରେ ପିଲାମାନଙ୍କ ସହିତ ସମୟ ବିତାଇବେ। ଯାନ କିଣିବା ଲାଗି ମନ ବଳିବ। ଘରକୁ କୁଣିଆ ଆସିବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବନ୍ଧୁ ପରାମର୍ଶରେ ଅଭାବ ପୂରଣ ଦିଗରେ ଚେଷ୍ଟା କଲେ ସଫଳତା ମିଳିବ। କାମ ପୂର୍ଣ୍ଣାଙ୍ଗ କରିବାରେ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସରକାରୀ ସ୍ତରରୁ ବକେୟା ପାଇବାରେ ବିଳମ୍ବ କାରଣରୁ ଅଶାନ୍ତ ରହିପାରନ୍ତି। ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ଅଫିସ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମ ଜୀବନ ଭଲ ରହିବ। ଚାକିରିଆଙ୍କୁ ପଦୋନ୍ନତିର ଅବସର ମିଳିବ। ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ। ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉପକୃତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମାନସିକ ଅସ୍ଥିରତା ମଧ୍ୟରେ ଦୂରଯାତ୍ରା ସହ କାମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ। ଯାହା ଖୋଜୁଥିଲେ ତାହା ନିର୍ଦ୍ଦିଷ୍ଟ ସମୟରେ ନ ପାଇଲେ ମଧ୍ୟ ବିଳମ୍ବରେ ପାଇବେ। ଖାଦ୍ୟର ଅନିୟମିତତା କାରଣରୁ ପେଟ ଗୋଳମାଳରୁ ପୀଡ଼ା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ଅଫିସରେ କାମର ବୋଝ ବଢ଼ିପାରେ। ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଆପଣଙ୍କୁ ଲାଭର ଅବସର ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ଆପଣଙ୍କ ଚଞ୍ଚଳ ସ୍ବଭାବ ପାଇଁ ଲୋକେ ପ୍ରଭାବିତ ହେବେ। ଦୀର୍ଘ ଦିନରୁ ଲାଗି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। କତୃପକ୍ଷ ଆପଣଙ୍କ ଦେଖି ପ୍ରଶଂସା କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ଅନ୍ୟମନସ୍କଜନିତ ଧନହାନି ଘଟିବାର ସୂଚନା ରହିଛି। କର୍ମକ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ମାତ୍ର ପରିଶେଷରେ ସଫଳତା ହାସଲ କରିବେ। ତଥାପି ପ୍ରତ୍ୟେକ କାମରେ ଆଗପଛ ବିଚାର କରି ହାତ ଦେବା ଭଲ ହେବ। ପୂର୍ବ ବିବାଦକୁ କେନ୍ଦ୍ରକରି ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ବିଛା-
ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ ଡ଼ାକରା ଆସିପାରେ। ଶତ୍ରୁ ଦବି ରହିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ। ପରିବାର ଲୋକଙ୍କ ସହିତ ସମୟ ଅତିବାହିତ କରିବେ। ଧର୍ମକାର୍ୟ୍ୟରେ ମନ ଲଗାନ୍ତୁ ଶାନ୍ତି ପାଇବେ। ବେପାରୀବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ। ସନ୍ତାନଙ୍କ ଶିକ୍ଷାରେ ଉନ୍ନତି ହେବାର ସମ୍ଭାବନା।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ନିଜ ଚିନ୍ତାଧାରାର ବିପରୀତ କାର୍ୟ୍ୟକଳାପକୁ ଦେଖିଲେ ମଧ୍ୟ ନ ଦେଖିଲା ପରି ରହିବାକୁ ବାଧ୍ୟ ହେବେ। ନୂତନ କାର୍ୟ୍ୟରେ ହାତ ଦେଇ କୃତକାର୍ୟ୍ୟ ହେବାରୁ ମନ ଖୁସି ରହିବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ। ଅନ୍ୟଦ୍ୱାରା ଅନୁପ୍ରେରିତ ହୋଇ ଭୁଲ୍ ବୁଝାମଣା ଯୋଗୁ ପାରିବାରିକ କ୍ଷେତ୍ର ବିବାଦୀୟ ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପରିବାରର ସବୁ ଲୋକ ମିଳିମିଶି ମନୋରଂଜନ କାର୍ୟ୍ୟରେ ଆନନ୍ଦ ଉପଭୋଗ କରିବେ। ବ୍ୟବସାୟରେ ଅଚାନକ ଧନଲାଭ ହେବ। ବିନା କାରଣରେ ପରିବାର ଲୋକଙ୍କ ଉପରେ ରାଗନ୍ତୁ ନାହିଁ। ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପ୍ରାୟତଃ ଭଲ ରହିବା ଯୋଗୁ ଆଶ୍ୱସ୍ତିଲାଭ କରିବେ। ସଂଗଠନ, ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ନିଜ ପରିଜନଙ୍କ ସହିତ ସତ୍ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ୟ୍ୟ ପ୍ରତି ରୁଚି ବଳିବ। ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
କଳାତ୍ମକ କାର୍ୟ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ସ୍ମରଣୀୟ।ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କୁ ଉପହାର ଦେବେ। ପରିବାର ଲୋକଙ୍କ ସହିତ କୌଣସି ଜରୁରୀ ମାମଲାରେ କଥା ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
📱 Get Argus News App
✨Related Topics
Explore more stories