Horoscope / ଆର୍ଥିକ ଲାଭ ସହ ସୁଖରେ କଟିବ ଏମାନଙ୍କ ଦିନ

Key Points
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ-
ଉନ୍ନତି ପାଇଁ କୌଣସି ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଆପଣଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଅଚାନକ ଧନଲାଭ ହେବ।କେତେକ କ୍ଷେତ୍ରରେ ଆପଣଙ୍କ କଠୋର ସତ୍ୟ ବ୍ୟବହାରରେ ବନ୍ଧୁ ଅଭିମାନ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଜୀବନସାଥୀଙ୍କୁ କୌଣସି କାମରେ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରୀତ କରିବେ। ବ୍ୟବସାୟରେ କାମରେ ଦୂରସ୍ଥାନକୁ ଯିବେ। ବନ୍ଧୁଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ସମାଲୋଚିତ ହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅ
କର୍କଟ-
ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଗୋଡରେ କିଛି ସମସ୍ୟା ଦେଖାଦେବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯିବେ। ଛାତ୍ରଙ୍କୁ ଲାଗି ଦିନଟି ଭଲ। ନିର୍ମାଣ, ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କ ହେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ କ୍ଷ ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
କରିଆସୁଥିବା କାମରେ ଯଥେଷ୍ଟ ଲାଭ ପାଇବେ। ଜୀବନରେ ଲୋକମାନଙ୍କର ସହଯୋଗ ପାଇବେ। କିଛି ନୂଆ ବନ୍ଧୁ ବନାଇବାର ସମ୍ଭାବନା। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ। ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଦୀର୍ଘଦିନର ଆଶା ଫଳବତୀ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାର୍ୟ୍ୟ ଆଶା କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ। ଆମଦାନିରେ ବୃଦ୍ଧି ହେବାର ସମ୍ଭାବନା। ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୂତ୍ରରେ ଅର୍ଥ ଆଣିପାରନ୍ତି।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପରିବାର ଲୋକ ଆପଣଙ୍କର ସବୁ ନିଷ୍ପତ୍ତିରେ ଆପଣଙ୍କ ସହ ରହିବେ। କିଛି ଜରୁରୀ ନିର୍ଣ୍ଣୟ ଆପଣଙ୍କୁ ଲାଭ ଦେଇପାରେ। ଆପଣଙ୍କ ଧ୍ୟାନ କାମ ସଂପୂର୍ଣ୍ଣ କରିବାରେ ଲାଗି ରହିବ। ଶିଳ୍ପ, ବାଣିଜ୍ୟ, କଳା ସାହିତ୍ୟ ଓ ରାଜନୈତିକ ସ୍ତରରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ
ମୀନ-
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
📱 Get Argus News App
✨Related Topics
Explore more stories