Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

Rashmita Mishra
Browse all articles by Rashmita Mishra
·6 months ago·4 min read
ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଅନ୍ୟର ଭଲ କାମ କରିବାକୁ ଯାଇ ଅପମାନିତ ହୋଇପାରନ୍ତି । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ନିଜର ବିଚାରଧାରା ଅନୁଯାୟୀ କାର‌୍ୟ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଲାଭ ହେବ। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର‌୍ୟ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ସ୍ୱାସ୍ଥ୍ୟରେ ସୁଧାର ଆସିବ । ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ । ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ମନ ଏକ ପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ଆର୍ଥିକ ସହୟତା ପାଇ , ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Financial Gains Likely Today for These Three Zodiac Signs | Argus News