Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...

Horoscope

ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...

Ritu Das
Browse all articles by Ritu Das
·2 years ago·4 min read
ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...

୩୦.ଗୁରୁବାର
ଅର୍ଗସ ବ୍ୟୁରୋ:  କେମିତି କଟିବ ଆପଣଙ୍କର ଆଜିର ଦିନ। ତାକୁ ନେଇ ଚିନ୍ତିତ କି। ଜାଣିରଖନ୍ତୁ କଣ କହୁଛି ଆପଣଙ୍କ ରାଶି।
ମେଷ-
ପାରିବାରିକ ଜୀବନରେ ବନ୍ଧୁ ମିଳନ, ଓ ଆନନ୍ଦ ଉତ୍ସବ ଲାଗି ରହିବ । ଯେ କୌଣସି  କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ରାଜନୀତିରେ ବଡ କାମ ହାତକୁ ନେବେ । ବିଦ୍ୟାର୍ଥୀ ମାନଙ୍କର ଆଶା ପୂରଣ ହୋଇପାରେ । ଆପଣଙ୍କ ସ୍ୱାଭାବ ଆଖପାଖ ବାତାବରଣକୁ ମଜାଦାର କରିବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
ବୃଷ-
ଦେହ ପୀଡା ହେତୁ ସବୁକାର୍ଯ୍ୟ ଅଧା ରହିବ । ପତିପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେଇପାରେ । ବ୍ୟବସାୟରେ ଉଥାନ ପତନ ଲାଗି ରହିବ । ଛାତ୍ରଛାତ୍ରୀଙ୍କ ର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆ ଙ୍କ ଦରମା ବୃଦ୍ଧି ହୋଇପାରେ । ସାମାଜିକ ଆଦୃତ୍ତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ 
ମିଥୁନ-
କାର୍ଯ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । ଅନ୍ୟ କାହାର ସହଯୋଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ ।  ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ବହୁତ ଭଲ ଫଳ ଆଣିବେ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ପାଇବ । ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧୀ ଅପଦସ୍ଥ ହେବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର‌୍ୟ୍ୟ ପାଇଁ ଆଶାୟୀ ହେବେ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ପରୀକ୍ଷାରେ କୃତିତ୍ୱ ହାସଲ କରିବେ ।ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନିତିରେ ଗମ୍ଭୀର ପ୍ରସଙ୍ଗରେ କଥା ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଲୁଗା ବ୍ୟବସାୟୀ ଲାଗି ଦିନଟି ଭଲ ରହିବ । ରାଜନୀତିରେ ବିରୋଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ
ବିଛା-
କାର‌୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ସାସ୍କୃତିକ  ପରିବେଶରେ ଯୋଗଦାନ କରିପାରନ୍ତି। ସାବଧାନ ରୁହନ୍ତୁ ଠକାମିରେ ପଡିପାରନ୍ତି ।  ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ପରୋକ୍ଷ ଶତୃତା ଦୈନିକ ଜିବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ  ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ଛାତ୍ରଛାତ୍ରି ମାନେ ପରୀକ୍ଷାରେ ବହୁତ ଭଲ ଫଳ ଆଣିବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡି କରିବେ । ଅଫିସରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ସହ ପୂଜାପାଠ କରନ୍ତୁ
ମୀନ-
ବ୍ୟବସାୟରେ ଆୟବ୍ୟୟ ସମାନ ରହିବ । ପାରିବାରିକ ସମସ୍ୟା କୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଚାକିରୀରେ ସାମାନ୍ୟ ଅବହେଳା କରିବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Find out how | Argus News