ଆଜି କେମିତି କଟିବ ଆପଣଙ୍କ ଦିନ ଜାଣିନିଅନ୍ତୁ

ଆଜିର ରାଶିଫଳକୁ ନେଇ ଆପଣ ଚିନ୍ତିତ କି। ତେବେ ଜାଣି ନିଅନ୍ତୁ ଆଜିର ଭାଗ୍ୟଚକ୍ର। ଆଉ କୌଣସି ବିପଦ ଥିଲେ ପ୍ରତିକାରକୁ ମଧ୍ୟ ତରୁନ୍ତ ଆପଣାନ୍ତୁ।
ମେଷ-
ସ୍ୱାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହୋଇପାରେ । ଆୟବ୍ୟୟ ସମାନ ପରିମାଣରେ ରହିବ। ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ସିଂହ-
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହାନୁଭୂତି ପ୍ରଦର୍ଶନ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶିକ୍ଷୟିତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ମହିଳା ମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଧନୁ-
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରାରେ ଉପକୃତ ହେବେ । ପ୍ରେମ ସମ୍ପର୍କକୁ ନେଇ ଚିନ୍ତା ବଢିବ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅଫିସରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତ୍ତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିପାରେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ। ବିଦେଶରେ ଥିବା ସମ୍ପର୍କୀୟ ଠାରୁ ଶୁଭ ଖବର ପାଇବେ।ସଭାସମିତିରେ ସୀମାରେ ନ ରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ