Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ପବିତ୍ର ଦୋଳପୂର୍ଣ୍ଣିମାରେ ଜାଣି ନିଅନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି?

Horoscope

ପବିତ୍ର ଦୋଳପୂର୍ଣ୍ଣିମାରେ ଜାଣି ନିଅନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି?

Ritu Das
Browse all articles by Ritu Das
·1 year ago·3 min read
ପବିତ୍ର ଦୋଳପୂର୍ଣ୍ଣିମାରେ ଜାଣି ନିଅନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି?

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଆଜି ଦିନରେ ଆପଣଙ୍କ ରାଶିଫଳ କଣ କହୁଛି ଜାଣନ୍ତୁ ଏବଂ ପ୍ରତିକାର ଆପଣାନ୍ତୁ।
ମେଷ ରାଶିଧାରୀ ଆଜି ଦିନରେସତର୍କ ରୁହନ୍ତୁ!
ମେଷ-
ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ମିଥୁନ-
ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ଦତ୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସିଂହ-
ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଆତ୍ମୀୟଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ।ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧୀ ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ
ଧନୁ-
ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ।ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି। ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ। ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ। କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ। ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
find-out-what-your-horoscope-says-on-the-occasion-of-the-dola-purnima | Argus News