Videos
|
Horoscope

Zodiac Predictions / ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ମେଷ ଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ରାଶି ଉପରେ କ'ଣ ପଡିବ ପ୍ରଭାବ, ଜାଣନ୍ତୁ...

Ritu Das
Browse all articles by Ritu Das
·6 months ago·4 min read
ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ମେଷ ଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ରାଶି ଉପରେ କ'ଣ ପଡିବ ପ୍ରଭାବ, ଜାଣନ୍ତୁ...
India

Key Points

ମେଷ
ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ସମସ୍ୟା ସତ୍ତ୍ବେ ଲାଭ ଆଦି ଫଳ ଭୋଗ କରିବେ ।
ଫାଲଗୁନ ପୂର୍ଣ୍ଣିମା ଅର୍ଥାତ ଆଜି ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ । ଏହା ଏକ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷମାନଙ୍କ ଅନୁସାରେ, ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଭାରତରେ ଦୃଶ୍ୟମାନ ହେବ, ଏବଂ ଏହାର ପ୍ରଭାବ ଆଗାମୀ ଏକ ମାସ ପାଇଁ ସମସ୍ତ ରାଶି ଉପରେ ରହିବ। ତେବେ ଆସନ୍ତୁ ଜାଣିବା, ଚନ୍ଦ୍ରଗ୍ରହଣ ପ୍ରତ୍ୟେକ ରାଶିକୁ ସେମାନଙ୍କ ରାଶି ଅନୁସାରେ କିପରି ପ୍ରଭାବିତ କରିବ।

ମେଷ
ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ସମସ୍ୟା ସତ୍ତ୍ବେ ଲାଭ ଆଦି ଫଳ ଭୋଗ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ପରୋକ୍ଷ ଶତ୍ରୁତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ବୃଷ-
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇ ପାରନ୍ତି । ବେପାର ବୃତ୍ତିରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
କର୍କଟ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ। ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

କନ୍ୟା-
ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-
ଜୀବନରେ ନୂଆ ସଙ୍କେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜଭୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା-
ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ। ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ