Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଗଣେଶ ପୂଜାରେ ବଦଳିବ ଏହି ରାଶିର ଭାଗ୍ୟ

Banajyotshna Ray
Browse all articles by Banajyotshna Ray
·10 months ago·3 min read
ଗଣେଶ ପୂଜାରେ ବଦଳିବ ଏହି ରାଶିର ଭାଗ୍ୟ

Key Points

ଜାଣନ୍ତୁ ଆଜିର ରାଶିଫଳ ଖବର

ଆଜି ପବିତ୍ର ଗଣେଶ ପୂଜା

ସତର୍କ ରୁହନ୍ତୁ ଏହି ରାଶି

ମେଷ-
ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ


ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ କ୍ଷ ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ କ୍ଷ କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ମାଲିମକଦମା ସମସ୍ୟାର ସମାଧାନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ


ମିଥୁନ-
ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ


କର୍କଟ-
ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ


ସିଂହ-
ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ସହନଶୀଳତା ଯୋଗେଁ ପ୍ରଂଶସା ମିଳିବ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


କନ୍ୟା-
ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତୁଳା-
ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ


ବିଛା-
ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ


ଧନୁ-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ


ମକର-
ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ


କୁମ୍ଭ-
ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ


ମୀନ-
ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍‌ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Sponsored
Ganesh Puja will change the fortune of this zodiac sign || Argus News | Argus News