Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସ୍ଵାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ ଏହି ରାଶିମାନେ ନଚେତ୍ ...

Horoscope

Horoscope / ସ୍ଵାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ ଏହି ରାଶିମାନେ ନଚେତ୍ ...

Rashmita Mishra
Browse all articles by Rashmita Mishra
·2 hours ago·4 min read
ସ୍ଵାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ ଏହି ରାଶିମାନେ ନଚେତ୍ ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ବୃଷ-
ବ୍ୟବସାୟୀମାନେ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ନିଜର ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ ଦୃଷ୍ଟିକୋଣରୁ ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି । ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ପରିବାରର ସାଧାରଣ ଘଟଣାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ । ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ତୁଳା-
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ପୂର୍ବ ସ୍ଥିରୀକୃତ ଯୋଜନା ଅନୁଯାୟୀ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି । ଶତ୍ରୁତା କରୁଥିବା ଲୋକମାନଙ୍କ ନିକଟରୁ ଯଥା ସମ୍ଭବ ଦୂରେଇ ରହିବା ଭଲ ହେବ। କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନନ୍ଦିତା କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇପାରେ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିପାରେ । ଘରୋଇ ବିତର୍କରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ଅନ୍ୟମନସ୍କ ହେତୁ ଧନହାନି ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସଚେତନତା ଅବଲମ୍ବନ କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ। ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Horoscope | These Zodiac Signs Should Be Careful About Health Today | Argus News