Horoscope / ଏହି ରାଶି ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ସୁଖରେ ଭରିଯିବ

Key Points
ପଢନ୍ତୁ ଆଜିର ଭାଗ୍ୟଫଳ
ମେଷ-
ସ୍ଥିର ମନ ନେଇ କାମକଲେ ସମସ୍ୟାର ସମାଧାନ ହେବ। ଈର୍ଷାପରାୟଣ ହୋଇ ଆତ୍ମୀୟମାନେ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଏବଂ ପ୍ରତିଯୋଗିତା, ଯାତ୍ରା ପ୍ରଭୃତିରେ ଲକ୍ଷ୍ୟ ହାସଲ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟଦେବଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ରାଜନୀତିରେ ସତ୍ୟବାଦୀ ହେବେ। ଲେଖାପଢାରେ ଧନ ଅର୍ଜନ କରିବେ। ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଅଧିକାଂଶ କାମରେ ପାରିବାରିକ ପ୍ରତିରୋଧ ମଧ୍ୟ କାମକୁ ବିଶୃଙ୍ଖଳିତ କରିପାରେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧାର ସମ୍ମୁଖୀନ ହେବେ। ଘରମାଲିକ ସହ ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ କୃତକାର୍ଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ପରିବାରରେ ତିକ୍ତ ସମ୍ପର୍କ ଉଭେଇ ଯିବ, ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣାଓଟରା ଲାଗିପାରେ। ବିବାଦୀୟ ଘଟଣାରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସନ୍ଦେହ ଓ ସମସ୍ୟାକୁ ସୁଧାରି ନେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ପ୍ରଶଂସା ପ୍ରାପ୍ତିର ସୌଭାଗ୍ୟ ଅର୍ଜନ କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ର, ନୂତନ ଯୋଜନାରମ୍ଭ ଓ ବନ୍ଧୁମିଳନରୁ ଖୁସି ରହିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ସାମୟିକ ପ୍ରତିବନ୍ଧକଜନିତ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ବିଛା-
ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ । ସଞ୍ଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ମହିଳା ମାନେ ସଜବାଜରେ ଦିନ କାଟିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳାମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ଅର୍ଥ ସମ୍ବନ୍ଧୀୟ କାରବାରରେ ବନ୍ଧୁ ସହିତ ମନୋମାଳିନ୍ୟ ଘଟିବାର ଆଶଙ୍କା ରହିଛି। ସାମୟିକ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଏବଂ ଦୂରଯାତ୍ରା ସକାଶେ ଦିନଟି ମନ୍ଦ ନୁହେଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ସମ୍ପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ଅଫିସ୍ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। କାର୍ଯ୍ୟହାନି ହେତୁ କିମ୍ବା ପରୋକ୍ଷ ଶତ୍ରୁତାରୁ ମନ ଠିକ୍ ରହି ନ ପାରେ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଅପରାହ୍ନରେ ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
📱 Get Argus News App
✨Related Topics
Explore more stories