Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶିର ବ୍ୟକ୍ତି ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ

Rashmita Mishra
Browse all articles by Rashmita Mishra
·1 month ago·3 min read
ଏହି ରାଶିର ବ୍ୟକ୍ତି ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ

ମେଷ-
ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ।ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଆନୁଷ୍ଠାନିକ କ୍ଷେତ୍ରରୁ ସଦିଚ୍ଛା ଲାଭ କରିବାର ଯୋଗ ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ବୃଷ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ

ମିଥୁନ-
ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ ସେଥି ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ ବେଠି ଖଟି ପାରନ୍ତି। ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହୋଇପାରେ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳତା ହାସଲ କରିବେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥକୈନ୍ଦ୍ରିକ ହୋଇପଡ଼ିବ। ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଯେମିତି ଭାବୁଛନ୍ତି ତାହା ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ । ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁ ଆସିପାରନ୍ତି। ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜ ସୀମା ଭିତରେ ରହିବା ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ତୁଳା-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର‌୍ୟ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା-
ଶାରୀରିକ ସ୍ବାସ୍ଥ୍ୟ ଓ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଦୀର୍ଘଦିନରୁ ଚେଷ୍ଟା କରୁଥିବା ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ-
ଦୁଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ମକର-
ଦୈହିକ ଦୁର୍ବଳତା ସାଙ୍ଗକୁ ସୁଯୋଗ ହରାଇପାରନ୍ତି। ପାରିବାରିକ ସମସ୍ୟା ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଆଲୋଚନା କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ନୂତନ କର୍ମାରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ। ଆନୁଷ୍ଠାନିକ କାମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ଘଟିପାରେ। କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାକୁ ନେଇ ଭ୍ରାତୃ ବିବାଦ ଲାଗିପାରେ। ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟରୁ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | These Zodiac Signs Should Stay Alert Before Stepping Out Today | Argus News