ରାଶିଫଳ: ଏହି ରାଶିଙ୍କ ସବୁ ସମସ୍ୟାର ହେବ ସମାଧାନ

Key Points
ଜାଣନ୍ତୁ ଆଜିର ରାଶିଫଳ
ମେଷ-
କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ନିଜ ପରିବେଶରେ ସହମତିରେ କାର୍ୟ୍ୟକଲେ ସଫଳତା ପାଇପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ଲାଗିରହିବା ହେତୁ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଶିଳ୍ପ, ବ୍ୟବସାୟ, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁଯାୟୀ ସୁଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଭିଳଷିତ ଦ୍ରବ୍ୟ ହାସଲ କରିପାରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରିବା ସହିତ ଦୀର୍ଘ ସମୟର ବ୍ୟସ୍ତତା ଦୂର ହେବ। ବିଗତ ଦିନର ଘଟଣାର ପ୍ରଭାବକୁ କେନ୍ଦ୍ରକରି ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବନାହିଁ। ପ୍ରବାସରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ। ବନ୍ଧୁଙ୍କ ସହ ନୂଆ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ। ପ୍ରତିଶ୍ରୁତି ପାଳନ କରୁ ନ ଥିବା ବନ୍ଧୁଙ୍କ ଦ୍ୱାରା କାମଟି କୌଶଳରେ କରାଇ ନେବେ। ପରିବାରରେ ଛୋଟ କଥାକୁ ଧରିବସିଲେ ଅନର୍ଥ ହୋଇପାରେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଅଦଳବଦଳ ହୋଇଯିବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର୍ୟ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ପାରିବାରିକ ଅଶାନ୍ତି ହେତୁ ମନରେ ଭାବନାର ଜୁଆର କେନ୍ଦ୍ରୀଭୂତ ହୋଇପାରେ। ଫାଇଲପତ୍ର ସମ୍ବନ୍ଧୀୟ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବ୍ୟବସାୟ, ପରିବହନ, ପ୍ରଶାସନ, ରାଜନୈତିକ କାର୍ୟ୍ୟ ଭଲରେ ଚାଲିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ହେବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସମ୍ପର୍କୀୟମାନେ ଅର୍ଥ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିପାରନ୍ତି। ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ