Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ପରିବହନ ଓ ଶିଳ୍ପ କ୍ଷେତ୍ରରେ ଏହି ରାଶିର ବ୍ୟକ୍ତି ହୋଇ ପାରନ୍ତି ଲାଭବାନ

Sushanta Sahoo
Browse all articles by Sushanta Sahoo
·1 year ago·4 min read
ପରିବହନ ଓ ଶିଳ୍ପ କ୍ଷେତ୍ରରେ ଏହି ରାଶିର ବ୍ୟକ୍ତି ହୋଇ ପାରନ୍ତି ଲାଭବାନ

ମେଷ-


ଶାରୀରିକ ସମସ୍ୟା ଦୂର ହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରି କ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ମାଲି ମୋକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ ।


ବୃଷ-


ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ ।


ମିଥୁନ-


ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଧନ ସମ୍ପତି ବୃଦ୍ଧି ହୋଇପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ ।


କର୍କଟ-


କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ । ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ ।


ସିଂହ-


ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ରାଜନୀତିରେ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ଵର ସମ୍ମୁଖିନ ହେବାକୁ ପଡିପାରେ । ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପୂର୍ବ ଜୋରଦାର କରିପାରନ୍ତି । ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ ।


କନ୍ୟା-


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନୀତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରୀଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ ।


ତୁଳା-


ଶାରିରୀକ ସମସ୍ୟା ଦେଖାଦେବ । କର୍ମଜୀବୀ ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ ।


ବିଛା-


ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ ।


ଧନୁ-


ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ । ଆଇନ୍ ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ସମ୍ପତ୍ତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।


ମକର-


ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।


କୁମ୍ଭ-


ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲି ମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଧର୍ମାନୁଷ୍ଠାନରେ କାମ କରିବାର ସୁଯୋଗ ପାଇବେ । ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ ।


ମୀନ-


ଶାରୀରିକ କଷ୍ଟ ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ ।

Sponsored
horoscope-feb-11-2025 | Argus News