Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ରାଶିଫଳ: ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ

Rashmita Mishra
Browse all articles by Rashmita Mishra
·1 year ago·4 min read
ରାଶିଫଳ: ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ

Key Points

ମେଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ବୃଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ

ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ମେଷ-
ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର ଲାଭ ମିଳିବାର ସମ୍ଭାବନା ରହିଛି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତା ଦୂରେଇ ଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦ୍‌ୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
horoscope-find-out-how-your-day-will-go-for-each-zodiac-sign-today | Argus News