Today Horoscope / ଜାଣନ୍ତୁ ବୃହସ୍ପତି ଚଳନରେ କେଉଁ ରାଶିକୁ ମିଳିବ କେମିତି ଫଳ...

Key Points
ମେଷ-
ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ପିଲାମାନଙ୍କ କଳହକୁ କେନ୍ଦ୍ରକରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତ ହେବ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଯୋଗୁ ଚିନ୍ତିତ ରହିପାରନ୍ତି । ଆତ୍ମିୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ ସମ୍ବନ୍ଧିୟ ସମସ୍ୟା ଦୂର ହେବ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମ କ୍ଷେତ୍ରରେ ଆଗେଇବେ ।ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ବ୍ୟବସାୟ, ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ । ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ । ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହୋଇପାରନ୍ତି । ଘର ତିଆରି, ଯାନବାହନ ମରାମତିରୁ ଉପକୃତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ବାଣିଜ୍ୟ ବ୍ୟବସାୟରେ ଲାଭ ହେବାର ଆଶା ଅଛି । ଜଣେ ବିଶିଷ୍ଟବ୍ୟକ୍ତିଙ୍କ ଛତ୍ରଛାୟାରେ ଅସମ୍ଭବ କାମକୁ ସମ୍ଭବ କରିପାରିବେ। ସରକାରୀ ସ୍ତରରୁ କୌଣସି ଖବର ପାଇ ଖୁସି ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇପାରେ । ଦାୟିତ୍ୱପୂର୍ଣ୍ଣ କାମରେ ଅବହେଳା କରି ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ବନ୍ଧୁଙ୍କ ଜରିଆରେ ପାଇ ଉଲ୍ଲସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇ ପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ମାନସିକ ସ୍ଥିରତା ଅଭାବରୁ ବିନା କାରଣରେ ଝଗଡା ଲାଗିପାରେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଓକିଲଙ୍କ ପାଇ ଦିନଟି ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି । ଯାତ୍ରା କାଳରେ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ । ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଧନୁ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସମ୍ପତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ସେବା ଓ ପରୋପକାରକରି ପ୍ରଶଂସିତ ହେବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସହଯୋଗ ସହ ସୁଖ ସମ୍ମାନ ପାଇ ଖୁସି ହେବେ । ସାମୟିକ ଭାବରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି । ଅଜଣା ଲୋକଙ୍କ ଉପରେ ବିଶ୍ୱାସ କରି ହଇରାଣରେ ପଡିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
📱 Get Argus News App
✨Related Topics
Explore more stories