Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ

Horoscope

Horoscope / ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ

Rashmita Mishra
Browse all articles by Rashmita Mishra
·4 days ago·3 min read
ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ପୁରାତନ ରୋଗ, ବାକି ଟଙ୍କା ଓ ପୂର୍ବ ଶତ୍ରୁତାକୁ ନେଇ ମନ ବିଚଳିତ ରହିବ। ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅଧିକାଂଶ ସମୟ ବନ୍ଧୁମାନଙ୍କ ମେଳରେ ସମୟ ଅତିବାହିତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ବୃଷ-
ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
କର୍ମକ୍ଷେତ୍ର ସମସ୍ୟାମୁକ୍ତ ରହିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ବ୍ୟବସାୟ, ବାଣିଜ୍ୟ, ପ୍ରଶାସନ, ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ସୁଫଳ ପାଇବେ । ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
ପରିବାରର ଆର୍ଥିକ ପରିସ୍ଥିତି ପୂର୍ବଭଳି ଜଟିଳ ରୂପ ଧାରଣ କରିପାରେ। ପ୍ରକାଶନ, ପ୍ରଶାସନ ତଥା ଆନୁଷ୍ଠାନିକ କ୍ଷେତ୍ରର ମତଭେଦ ବେଶି ସମୟ ରହିବ ନାହିଁ। କୌଣସି ଏକ ପରିସ୍ଥିତିରେ ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତାକୁ ଅନୁଭବ କରିବେ। ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । କୌଣସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ବିବାଦୀୟ ଘଟଣା, ମାଲିମକଦ୍ଦମା, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ମିଳିବ। ମାତ୍ର ସବୁବେଳେ ହାତ ଖାଲି ରହିବ ଓ ଚାହୁଁଥିବା ଜିନିଷ ପାଇବାରେ ବାଧା ଉପୁଜିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ବିଦେଶଯାତ୍ରା, ଗବେଷଣାର ସୁଯୋଗ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହାନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପରୋପକାର ମନୋଭାବରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ। ରାଜନୀତିରେ ଚେଷ୍ଟା ସଫଳ ହେବ ଓ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
ଖାଦ୍ୟ ପାନୀୟ ନେଇ ସଜାଗ ରୁହନ୍ତୁ । ଭାଗ୍ୟ ଭରସାରେ ରୁହନ୍ତୁ ନାହିଁ । କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ । ବ୍ୟବସାୟରେ ଅଶାଜନକ ଫଳ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ଦୃଷ୍ଟିକୋଣରୁ ବିଚାରକରିବେ। ଉପରିସ୍ଥଙ୍କ ଆଦେଶରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବା ହେତୁ ପାରିବାରିକ ସମସ୍ୟା କେତେକାଂଶରେ କମି କମି ଯିବ। ସାଙ୍ଗସାଥୀଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଲାଭ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସଫଳତାର ନୂଆ ମାର୍ଗ ଖୋଲିବ । ବାଣିଜ୍ୟ ବିଦ୍ୟାର୍ଥୀ ଙ୍କୁ କିଛି ନୂଆ ଶିଖିବାକୁ ମିଳିବ । କୌଣସି ବ୍ୟକ୍ତିଙ୍କ ଠାରୁ ଆଶାଠୁଁ ଅଧିକ ଲାଭ ହେବ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । କୌଣସି ଜରୁରୀ ଯୋଜନା କାର୍ଯ୍ୟକାରୀ କରିବେ । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Big Changes May Happen for This Zodiac Sign Today | Argus News