Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶିର ବ୍ୟକ୍ତି ଆର୍ଥିକ କାରବାର ବେଳେ ସତର୍କ ରୁହନ୍ତୁ...

Rashmita Mishra
Browse all articles by Rashmita Mishra
·3 months ago·3 min read
ଏହି ରାଶିର ବ୍ୟକ୍ତି ଆର୍ଥିକ କାରବାର ବେଳେ ସତର୍କ ରୁହନ୍ତୁ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ଉନ୍ନତି ପାଇଁ କୌଣସି ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଆପଣଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଅଚାନକ ଧନଲାଭ ହେବ।କେତେକ କ୍ଷେତ୍ରରେ ଆପଣଙ୍କ କଠୋର ସତ୍ୟ ବ୍ୟବହାରରେ ବନ୍ଧୁ ଅଭିମାନ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । ଛାତ୍ରଛାତ୍ରୀ ମାନେ ପଢାରେ ଆଗେଇବେ । ରାଜନିତିରେ ଉଚ୍ଚ ପଦବୀ ପାଇବେ । ମହିଳା ମାନେ ସାହାସୀ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଜୀବନସାଥୀଙ୍କୁ କୌଣସି କାମରେ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରୀତ କରିବେ। ବ୍ୟବସାୟରେ କାମରେ ଦୂରସ୍ଥାନକୁ ଯିବେ। ବନ୍ଧୁଙ୍କ କାର‌୍ୟ୍ୟଶୈଳୀକୁ ନାପସନ୍ଦ କରି ସମାଲୋଚିତ ହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅ

କର୍କଟ-
ବଡ ବ୍ୟବସାୟୀଙ୍କ ସହିତ ହାତ ମିଶାଇବେ । ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ। ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ଧାର୍ମିକ କାର‌୍ୟ୍ୟ କରିବାର ମଧ୍ୟ ଆପଣଙ୍କୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯିବେ। ଛାତ୍ରଙ୍କୁ ଲାଗି ଦିନଟି ଭଲ। ନିର୍ମାଣ, ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କ ହେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ବ୍ୟବସାୟରେ ଲାଭାଂଶ କମାଇବେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ବିଦ୍ୟାର୍ଥି ମାନେ ବିଦ୍ୟାନୁରାଗି ହେବେ । ରାଜନିତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ । ମନରେ ଉଦ୍‌ବେଗ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
କରିଆସୁଥିବା କାମରେ ଯଥେଷ୍ଟ ଲାଭ ପାଇବେ। ଜୀବନରେ ଲୋକମାନଙ୍କର ସହଯୋଗ ପାଇବେ। କିଛି ନୂଆ ବନ୍ଧୁ ବନାଇବାର ସମ୍ଭାବନା। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ। ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଦୀର୍ଘଦିନର ଆଶା ଫଳବତୀ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ବିଦ୍ୟାର୍ଥୀଙ୍କ ମନ ନୈରାଶୀଯୋଗ ରହିବ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ। ଆମଦାନିରେ ବୃଦ୍ଧି ହେବାର ସମ୍ଭାବନା। ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୂତ୍ରରେ ଅର୍ଥ ଆଣିପାରନ୍ତି।‌
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ପାରିବାରିକ ଜୀବନରେ ଆବଦ୍ଧ ରହିବ । ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ବହୁ ଚେଷ୍ଟା କରି ଲାଭ ପାଇବେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ । ପ୍ରଶାସନ, ଅଧ୍ୟୟନ କ୍ଷେତ୍ରରୁ ଶୁଭଫଳ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ପରିବାର ଲୋକ ଆପଣଙ୍କର ସବୁ ନିଷ୍ପତ୍ତିରେ ଆପଣଙ୍କ ସହ ରହିବେ। କିଛି ଜରୁରୀ ନିର୍ଣ୍ଣୟ ଆପଣଙ୍କୁ ଲାଭ ଦେଇପାରେ। ଆପଣଙ୍କ ଧ୍ୟ‌ାନ କାମ ସଂପୂର୍ଣ୍ଣ କରିବାରେ ଲାଗି ରହିବ। ଶିଳ୍ପ, ବାଣିଜ୍ୟ, କଳା ସାହିତ୍ୟ ଓ ରାଜନୈତିକ ସ୍ତରରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ

ମୀନ-
ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ। ଯେକୌଣସି ସମସ୍ୟା ଆସିଲେ ତାହାକୁ ସାମ୍ନା କରିବେ । ଭୂ-ସମ୍ପତିକୁ ନେଇ କଳହ ଦେଖାଦେବ । ମହିଳା ମାନଙ୍କର ନନ୍ଧୁ ମିଳନ ଯୋଗ ରହିଛି । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Horoscope Alert: These Zodiac Signs Must Be Careful in Financial Deals | Argus News